ଆମେରିକାର ନୂଆ ରଣନୀତି, ଲୁହାକୁ କାଟିବ ଲୁହାରେ…

ଓ୍ବାଶିଂଟନ,୨।୯: ଆମେରିକା ଏବେ ନୂଆ ରଣନୀତି ଗ୍ରହଣ କରିଛି। ଆଇଏସ୍‌ ଆତଙ୍କବାଦୀ ସଂଗଠନ ବିରୋଧରେ ଲଢ଼େଇ ପାଇଁ ତାଲିବାନ କାନ୍ଧରେ ବନ୍ଧୁକ ରଖିବା ଲାଗି ଆମେରିକା ଯୋଜନା କରିଛି। ଏହାଦ୍ୱାରା ଲୁହାକୁ ଲୁହାରେ କଟାଯାଇପାରିବ। ଗୋଟିଏ ଆତଙ୍କବାଦୀ ସଂଗଠନ ବିରୋଧରେ ଅନ୍ୟ ସଂଗଠନକୁ ବ୍ୟବହାର କରିବାକୁ ପେଣ୍ଟାଗନ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଆଇଏସ୍‌ ସହିତ ଅଲ୍‌କାଇଦା ଆତଙ୍କବାଦୀ ସଂଗଠନକୁ ଲୋପ କରିବା ଲାଗି ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସରକାର ଅଣ୍ଟା ଭିଡ଼ିଛନ୍ତି। ଆଇଏସ୍‌ ଏବଂ ତାଲିବାନ ପରସ୍ପରର ବିରୋଧୀ। ଏହାର ସୁଯୋଗ ଆମେରିକା ନେବାକୁ ଯାଉଛି। ଆଫଗାନିସ୍ତାନ ଛାଡ଼ି ଥିଲେ ବି ଆମେରିକା ଆତଙ୍କବାଦ ବିରୋଧରେ ଲଢ଼େଇ ଜାରି ରଖିବ ବୋଲି ଏଥିରୁ ସ୍ପଷ୍ଟ ହୋଇଛି।

ଆମେରିକାର ଜଏଣ୍ଟ୍‌ ଚିଫ୍‌ ଅଫ୍‌ ଷ୍ଟାଫ୍‌ର ଅଧ୍ୟକ୍ଷ ଆର୍ମି ଜେନେରାଲ ମାର୍କ ମିଲିଙ୍କୁ ଏନେଇ ପଚରା ଯାଇଥିବା ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଯେ, ଆଫଗାନିସ୍ତାନରେ ଆଇଏସ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ଆମକୁ ତାଲିବାନ ସହିତ ସମନ୍ବୟ ରକ୍ଷା କରିବାକୁ ପଡ଼ିବ। ତାଲିବାନ୍‌ ଏକ କ୍ରୁର ସଂଗଠନ। ତେବେ ଏହାର କାର୍ଯ୍ୟଧାରାରେ ପରିବର୍ତ୍ତନ ଆସୁଛି କି ନାହିଁ ତାହା ଦେଖିବା ପରେ ଆମେରିକା ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବ।

ଯୁଦ୍ଧରେ ସବୁବେଳେ ନିଜର ସୈନ୍ୟ ବାହିନୀଙ୍କୁ ସୁରକ୍ଷିତ ରଖି ଆଗେଇବା ଆବଶ୍ୟକତା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ନିଜ ପ୍ରତିଶ୍ରୁତି ରକ୍ଷା କରି ତାଲିବାନ ଲୋକଙ୍କୁ ସୁରକ୍ଷିତ ଭାବେ ଆଫଗାନିସ୍ତାନରୁ ବାହାରିବାରେ ଆବଶ୍ୟକ ସହାୟତା ଯୋଗାଇ ଦେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri