ଆମେରିକାର ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଜେଲ୍‌ରେ ମୃତ୍ୟୁ, ୧୭ବର୍ଷରେ କରିଥିଲେ ୧୭ଟି ବୋମା ବିସ୍ପୋରଣ

ଓ୍ବାଶିଂଟନ୍‌,୧୧।୬: ‘ୟୁନାବାମ୍ବର’ ଭାବରେ ଜଣାଶୁଣା ଆମେରିକାର କୁଖ୍ୟାତ ଅପରାଧୀ ଥିଓଡୋର ଜନ କାଞ୍ଜିରସ୍କିଙ୍କର ଶନିବାର ଜେଲ୍‌ରେ ମୃତ୍ୟୁ ହୋଇଛି। ୮୧ବର୍ଷିୟ କାଞ୍ଜିରସ୍କି ଆମେରିକାର ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଥିଲେ। ନିଜ ଅପରାଧ କାରନାମାରେ ସମଗ୍ର ଆମେରିକାରେ ଆତଙ୍କ ଖେଳାଇ ଥିଲେ। କାଞ୍ଜିରସ୍କି ୩ଜଣଙ୍କୁ ହତ୍ୟା କରିବା ସହ ୧୯୭୮ରୁ ୧୯୯୫ ମଧ୍ୟରେ ୧୭ଟି ବୋମା ବିସ୍ଫୋରଣ କରିଥିଲେ।

ଏହି କୁଖ୍ୟାତ ଅପରାଧୀ ଜଣେ ସ୍କଲାର ମଧ୍ୟ ଥିଲେ। ଜାଣି ଆଶ୍ଚର୍ଯ୍ୟ ହେବେ ବିଶ୍ୱର ସର୍ବୋଚ୍ଚ ବିଶ୍ୱବିଦ୍ୟାଳୟ ହାର୍ଭାର୍ଡରେ ସେ ଅଧ୍ୟୟନ କରିଛନ୍ତି। ଏହି କୁଖ୍ୟାତ ଅପରାଧୀଜଣକ ଗଣିତରେ ଡକ୍ଟରେଟ ଉପାଧୀ ଲାଭ କରିଛନ୍ତି। ତାଙ୍କୁ ଆମେରୀକୟ ଗଣିତଜ୍ଞଙ୍କ ମଧ୍ୟରେ ଗଣାଯଇଥାଏ।

ଉଚ୍ଚଶିକ୍ଷା ଏବଂ ଏତେ ବଡ ପଦବୀରେ ରହିବା ସତ୍ତ୍ୱେ ସେ ଅପରାଧ ଦୁନିଆରେ ପାଦ ରଖିଥିଲେ। କାଞ୍ଜିରସ୍କି ଏତେ ଚତୁରାତାର ସହ କାମ କରୁଥିଲେ ଯେ ଆମେରିକାର ଅନୁସନ୍ଧାନକାରୀ ସଂସ୍ଥା ଏଫ୍‌ବିଆଇ ତାଙ୍କୁ ଧରିବା ପାଇଁ ପ୍ରାୟ ଦୁଇ ଦଶନ୍ଧି ସମୟ ଲାଗି ଯାଇଥିଲା।

ଏଫ୍‌ବିଆଇ ଜାରି କରିଥିବା ମେନିଫେଷ୍ଟୋ ବିଷୟରେ କାଞ୍ଜିରସ୍କିଙ୍କ ଭାଇ ଡେଭିଡ କାଞ୍ଜିରସ୍କି ଜାଣିବାକୁ ପାଇଥିଲେ। ସେ ତାଙ୍କ ଭାଇଙ୍କ ବିଷୟରେ ଏଫ୍‌ବିଆଇକୁ ଅନେକ ସୂଚନା ଦେଇଥିଲେ। ପ୍ରମାଣ ଆଧାରରେ ଏଫ୍‌ବିଆଇ ୩ ଏପ୍ରିଲ ୧୯୬୬ରେ କାଞ୍ଜିରସ୍କିଙ୍କୁୁ ଗିରଫ କରିଥିଲା। ଗିରଫ ପରେ ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri