ସୂର୍ଯ୍ୟମନ୍ଦିର ସ୍ଥିତି ଅନୁଧ୍ୟାନ କଲେ ଆମିକସ୍‌କ୍ୟୁରି

କୋଣାର୍କ,୧୬।୯(ଡି.ଏନ୍‌.ଏ.)- ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରେ ଦୀର୍ଘ ବର୍ଷ ଧରି ଭର୍ତ୍ତି ହୋଇଥିବା ବାଲିକୁ ବାହାର କରିବା ପାଇଁ ନିକଟରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ(ଏଏସ୍‌ଆଇ)ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ପ୍ରାଥମିକ ପର୍ଯ୍ୟାୟରେ କାର୍ଯ୍ୟ ଆରମ୍ଭ ହୋଇଯାଇଥିବା ବେଳେ ଏହାର ସ୍ଥିତି ଅନୁଧ୍ୟାନ କରିବା ପାଇଁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌କ୍ୟୁରି(କୋର୍ଟ ମିତ୍ର) ଆଇନଜୀବୀ ନଗେନ୍ଦ୍ର କୁମାର ମହାନ୍ତି ଶୁକ୍ରବାର ଅପରାହ୍ନରେ ସୂର୍ଯ୍ୟମନ୍ଦିର ଉପଦେଷ୍ଟା ବିଶେଷଜ୍ଞ କମିଟିର ସଦସ୍ୟ ଡ. ନାରାୟଣ ଚନ୍ଦ୍ର ପାଲଙ୍କ ସହିତ ଆସି କାର୍ଯ୍ୟ ପରଖିଛନ୍ତି।

କାର୍ଯ୍ୟ ଦେଖିବା ପରେ ଆମିକସ୍‌କ୍ୟୁରି ମହାନ୍ତି କହିଛନ୍ତି, ଏବେ ଏଏସ୍‌ଆଇ ବାଲି ନିଷ୍କାସନ ପାଇଁ ପ୍ଲାଟଫର୍ମ ପ୍ରସ୍ତୁତି ଚଳାଇଛି। ବର୍ଷକ ପରେ ବାଲି ନିଷ୍କାସନ ପ୍ରକ୍ରିୟା ସମ୍ପର୍କିତ ଚିତ୍ର ସ୍ପଷ୍ଟ ହେବ। ସୂର୍ଯ୍ୟମନ୍ଦିର ସଂରକ୍ଷଣ ସମସ୍ୟାକୁ ନେଇ ୨୦୨୦ ଫେବୃୟାରୀ ୨୮ ଓ ୨୯ ରେ ହୋଇଥିବା ଜାତୀୟ ସେମିନାରରେ ନିଆଯାଇଥିବା ନିଷ୍ପତ୍ତିକୁ କାର୍ଯ୍ୟକାରୀ ନ କରି ଅଢେଇ ବର୍ଷ ଧରି ଏଏସ୍‌ଆଇ ନୀରବତା ଅବଲମ୍ବନ କରିଥିଲା। ଏବେ ବାଲି ନିଷ୍କାସନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ବାଲି ନିଷ୍କାସନ ଦ୍ୱାରା ଗର୍ଭଗୃହର କୌଣସି କ୍ଷତି ହେବ ନାହିଁ ବୋଲି ଏଏସ୍‌ଆଇ ପ୍ରତଶ୍ରୁତି ଦେଇଛି। ଆମେ ଆଶା କରିବା ଏଏସ୍‌ଆଇ ଏଥିରେ ସଫଳ ହେଉ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଶୁଭାରମ୍ଭ; ଜଳ କଳସଯାତ୍ରାରେ ସହସ୍ରାଧିକ ଶ୍ରଦ୍ଧାଳୁ ସାମିଲ, ସୋମବାରଠୁ ଶତରୁଦ୍ର ମହାଯଜ୍ଞ 

ଦିଗପହଣ୍ଡି,୨୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା  ଦିଗପହଣ୍ଡି ସହର ଉପକଣ୍ଠ  କୁଶପଡ଼ା ଗ୍ରାମ ନିକଟ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଓ ଶତରୁଦ୍ର…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri