Posted inଜାତୀୟ

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ ଏହି ସାକ୍ଷାତକାର ପରେ ରାଜନୈତିକ ମହଲରେ ହଲଚଲ ଜୋର୍‌ ଧରିଛି। ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସାକ୍ଷାତକାରର କିଛି ଫଟୋ ମଧ୍ୟ ସେୟାର କରାଯାଇଛି।

ରାଷ୍ଟ୍ରପତି ଭବନ ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X)ରେ ଏକ ପୋଷ୍ଟ ସେୟାର କରି ଲେଖାଯାଇଛି, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି।’ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତିଙ୍କ ଏହି ବୈଠକ ପଦ୍ମ ପୁରସ୍କାର ପାଇଁ ଆୟୋଜିତ କାର୍ଯ୍ୟକ୍ରମର ଠିକ ପୂର୍ୱରୁ ଅନୁଷ୍ଠିତ ହୋଇଛି।

ଜାତୀୟ ରାଜଧାନୀର ରାଜନୈତିକ ସ୍ତରରେ ମନ୍ତ୍ରୀମଣ୍ଡଳ ଅଦଳବଦଳକୁ ନେଇ ଜୋରଦାର ଚର୍ଚ୍ଚା ଚାଲିଥିବାରୁ ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି। ଗୋଟିଏ ଦିନ ପୂର୍ୱରୁ, କେରଳର ବରିଷ୍ଠ ବିଜେପି ନେତା ଜର୍ଜ କୁରିଅନ ରାଜ୍ୟ ସଭା କାର୍ଯ୍ୟକାଳ ଶେଷ ହେବା ପରେ କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଇଛନ୍ତି। କୁରିଅନ (୬୫) ସଂଖ୍ୟାଲଘୁ ବ୍ୟାପାର ସହିତ ମତ୍ସ୍ୟପାଳନ, ପଶୁପାଳନ ଏବବଂ ଡାଏରୀ ମନ୍ତ୍ରଣାଳୟରେ ରାଷ୍ଟ୍ରମନ୍ତ୍ରୀ ଥିଲେ। ରାଷ୍ଟ୍ରପତି ଭବନରୁ ଜାରି ଏକ ପ୍ରେସ ବିଜ୍ଞପ୍ତି ଅନୁଯାୟୀ, ରାଷ୍ଟ୍ରପତି ମୁର୍ମୁ କୁରିଅନଙ୍କ ଇସ୍ତଫା ଗ୍ରହଣ କରିଛନ୍ତି।

ଜର୍ଜ କୁରିଅନ କୋଟାୟମର ବାସିନ୍ଦା ଅଟନ୍ତି। ୨୦୨୪ରେ ମୋଦୀ ସରକାର ୩.୦ରେ ତାଙ୍କୁ ମନ୍ତ୍ରୀ କରାଯାଇଥିଲା, ଯାହା କେରଳରୁ ଦଳର ଖ୍ରୀଷ୍ଟିଆନ ଆଉଟରିଚ ରଣନୀତିର ଏକ ଅଂଶ ଥିଲା। କେରଳ ବିଧାନସଭା ର୍ନିବାଚନ ୨୦୨୬ରେ କଞ୍ଜିରାପ୍ପଲ୍ଲୀ ଆସନରୁ ବିଜେପି ପ୍ରାର୍ଥୀ ଭାବେ ପ୍ରତିଦ୍ୱନ୍ଦ୍ୱିତା କରିଥିବା କୁରିଅନ ର୍ନିବାଚନରେ ପରାଜିତ ହୋଇଥିଲେ।

କୁରିଅନ କେରଳ ବିଜେପିର ଜଣେ ବରିଷ୍ଠ ନେତା ଏବଂ ଖ୍ରୀଷ୍ଟିଆନ ସମୁଦାୟର ଏକ ପ୍ରମୁଖ ଚେହେରା, ତେଣୁ ତାଙ୍କର ଇସ୍ତଫା ଦେବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। କେରଳ ବିଜେପିର ଉପସଭାପତି, ମୁଖପାତ୍ର, ସଂଖ୍ୟାଲଘୁ ମୋର୍ଚ୍ଚାର ଜାତୀୟ ଉପସଭାପତି ଏବଂ ଜାତୀୟ ସଂଖ୍ୟାଲଘୁ କମିଶନ (National Commission for Minorities)ର ବୋର୍ଡ ସଦସ୍ୟ ଭାବରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

ଭାଇ ଅର୍ଜୁନ ତେନ୍ଦୁଲକରଙ୍କୁ ଏମିତି ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସାରା, ସଭିଏଁ କହୁଛନ୍ତି…

ମୁମ୍ବାଇ,୨୪।୯: ଅର୍ଜୁନ ତେନ୍ଦୁଲକର ଗୁରୁବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି; ତାଙ୍କର ଜନ୍ମ ୨୪ ସେପ୍ଟେମ୍ବର ୧୯୯୯ରେ ହୋଇଥିଲା। ‘କ୍ରିକେଟର ଭଗବାନ’ ଭାବେ ପରିଚିତ ସଚିନ…

ବିଧାନସଭା ନିର୍ବାଚନ ପୂର୍ବରୁ BJPର ବଡ଼ ଘୋଷଣା: ବିଭିନ୍ନ ରାଜ୍ୟରେ ୨୪ ନୂଆ ପଦାଧିକାରୀ ନିଯୁକ୍ତ

ନୂଆଦିଲ୍ଲୀ,୨୪।୯: ପାଞ୍ଚଟି ରାଜ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଧାନସଭା ନିର୍ବାଚନ ପୂର୍ବରୁ BJP ନିଜର ସାଙ୍ଗଠନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆରମ୍ଭ କରିଛି। ଏହି ପ୍ରକ୍ରିୟାର ଅଂଶବିଶେଷ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

ବିଦାୟ ନେବାକୁ ପ୍ରସ୍ତୁତ ମୌସୁମୀ: ଆପଣଙ୍କ ରାଜ୍ୟରେ କେବେ ବର୍ଷା ବନ୍ଦ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୯: ପ୍ରବଳ ବର୍ଷା ପରେ, ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନର ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଚଳିତ ବର୍ଷ ମୌସୁମୀ ୫ଦିନ…

ଜ୍ଞାନେଶ କୁମାରଙ୍କୁ CJPର ଅଲ୍ଟିମେଟମ୍, ୪୮ ଘଣ୍ଟା ମଧ୍ୟରେ ଇସ୍ତଫା ଦାବି, ନଚେତ୍…

ନୂଆଦିଲ୍ଲୀ,୨୪।୯: ନିର୍ବାଚନ କମିଶନ ଓ ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା (SIR)କୁ ନେଇ ବିବାଦ ମଧ୍ୟରେ କକରୋଚ୍ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅଷ୍ଟ୍ରେଲିଆ ଦିନିକିଆ ଅଧିନାୟକ ପଦରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କିଏ ନେଲା ପ୍ୟାଟ କମିନ୍ସଙ୍କ ସ୍ଥାନ

ନୂଆଦିଲ୍ଲୀ,୨୪।୯: ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ବର୍ତ୍ତମାନ ଡର୍ବାନରେ ଖେଳାଯାଉଛି। ଏହି ମ୍ୟାଚରେ ମିଚେଲ ମାର୍ଶ ଅଷ୍ଟ୍ରେଲୀୟ ଦଳର ଅଧିନାୟକତ୍ୱ କରୁଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?