ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା ଜିଲାଗୁଡ଼ିକ ସବୁଠାରୁ ବେଶୀ ପ୍ରଭାବିତ ହେବ। ୨୨ ତାରିଖ ସନ୍ଧ୍ୟାରୁ ୫୫ରୁ ୬୫ କିମି ବେଗରେ ପବନ ବହିବ। ତେଣୁ ୨୩ ଓ ୨୪ ତାରିଖରେ କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବ। ୨୫ ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ଅଧିକ ବର୍ଷା ହେବ।ଏପରିକି ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ହେବାକୁ ଥିବାରୁ ନଦୀର ଜଳସ୍ତର ବଢ଼ିବା ସମ୍ଭାବନା ରହିଛି। ତଳିଆ ଅଞ୍ଚଳ ମଧ୍ୟ ଜଳମଗ୍ନ ହୋଇପାରେ। ସହରୀ ବନ୍ୟା ଆଶଙ୍କାକୁ ମଧ୍ୟ ଏଡ଼ାଇ ଦିଆଯାଇ ନ ପାରେ ବୋଲି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

