ମହାରାଷ୍ଟ୍ର-ଗୁଜରାଟ ପୁଞ୍ଜିନିବେଶ ବିବାଦ ମଧ୍ୟରେ ଗଡ଼କରୀ ଟାଟା ଗ୍ରୁପ୍‌କୁ ଲେଖିଲେ ଚିଠି : ନାଗପୁରରେ କମ୍ପାନୀକୁ ସ୍ବାଗତ…

ନୂଆଦିଲ୍ଲୀ,୩୦।୧୦ : ବର୍ତ୍ତମାନ ଟାଟା କମ୍ପାନୀର ପୁଞ୍ଜି ବିନିଯୋଗକୁ ନେଇ ଗୁଜୁରାଟ ଏବଂ ମହାରାଷ୍ଟ୍ର ମୁହାଁମୁହିଁ ହୋଇଛନ୍ତି। ଏଭଳି ପରିସ୍ଥିତିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ଏକ ଚିଠି ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଚିଠି ସେ ଟାଟା ଗ୍ରୁପକୁ ଲେଖିଛନ୍ତି। ଭିତ୍ତିଭୂମି, ଜମି ଉପଲବ୍ଧତା ଏବଂ ଯୋଗାଯୋଗ ବ୍ୟବସ୍ଥାକୁ ଦର୍ଶାଇ ସେ ଟାଟା ଗ୍ରୁପ୍‌କୁ ନାଗପୁରରେ ବିନିଯୋଗ କରିବାକୁ ଅନୁରୋଧ କରିଛନ୍ତି। ସେ ଲେଖିଛନ୍ତି ନାଗପୁରରେ କମ୍ପାନୀକୁ ସ୍ବାଗତ। ସୂଚନାଯୋଗ୍ୟ ଯେ ନିକଟରେ ଦୁଇଟି ମେଗା ପ୍ରକଳ୍ପ ମହାରାଷ୍ଟ୍ରରୁ ଗୁଜରାଟକୁ ସ୍ଥାନାନ୍ତରିତ ହୋଇଛି। ଏହା ପରେ ରାଜନୈତିକ ଆରୋପ ପ୍ରତ୍ୟାରୋପ ଜାରି ରହିଛି।

କୁହାଯାଉଛି ଯେ ଗଡକରୀ ଅକ୍ଟୋବର ୭ରେ ଟାଟା ସନ୍ସ ଚେୟାରମ୍ୟାନ ଏନ ଚନ୍ଦ୍ରଶେଖରନଙ୍କୁ ଏହି ଚିଠି ଲେଖିଛନ୍ତି। ଏଥିରେ ସେ ଲେଖିଛନ୍ତି ଯେ ଇସ୍ପାତ, ଅଟୋ, ଉପଭୋକ୍ତା ଉତ୍ପାଦ, ଆଇଟି ସେବା ଏବଂ ବିମାନ ଚଳାଚଳ ଭଳି ବ୍ୟବସାୟରେ କାର୍ଯ୍ୟ କରୁଥିବା କମ୍ପାନୀଗୁଡିକ ନାଗପୁରରେ ବିନିଯୋଗ କରିପାରିବେ। ଏଠାରେ ଜମିର ଅଭାବ ନାହିଁ। ଆଗକୁ ଗୁଜରାଟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ଏବେ ଏହି ଚିଠିକୁ ନେଇ ଦୁଇ ରାଜ୍ୟର ରାଜନୈତିକସ୍ତରରେ ଉଷ୍ଣତା ବୃଦ୍ଧି ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ବିପଦରେ ୧୦୦ କୋଟିରୁ ଅଧିକ ଆଣ୍ଡ୍ରଏଡ୍ ଫୋନ୍; ହ୍ୟାକିଂ ଆଶଙ୍କାରେ ଗୁଗଲ୍ ଦେଲା ଚେତାବନୀ

ନୂଆଦିଲ୍ଲୀ,୮ା୨: ଯଦି ଆପଣ ଏକ ପୁରୁଣା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ବ୍ୟବହାର କରୁଛନ୍ତି, ତେବେ ସାବଧାନ ହୋଇଯାଆନ୍ତୁ। ଗୁଗଲ ରିପୋର୍ଟ ଅନୁଯାୟୀ, ବିଶ୍ୱର ପ୍ରାୟ ୧୦୦ କୋଟିରୁ ଅଧିକ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri