Posted inଜାତୀୟ

ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କଲେ ବ୍ରାଜିଲର ରାଷ୍ଟ୍ରପତି, କହିଲେ ପଶ୍ଚିମ ଏସିଆରେ…

ନୂଆଦିଲ୍ଲୀ,୧୧।୧୧: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ବ୍ରାଜିଲର ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଡି ସିଲଭା ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ଲୁଇଜ ଇନାସିଓ ପଶ୍ଚିମ ଏସିଆର ପରିସ୍ଥିତି ଏବଂ ସେଠାରେ ଆତଙ୍କବାଦ, ହିଂସା ଏବଂ ଜନଜୀବନ ହାନି ଉପରେ ଗଭୀର ଚିନ୍ତା ପ୍ରକଟ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତ୍ତିରେ କୁହାଯାଇଛି ଯେ, ବ୍ରାଜିଲ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରିଛନ୍ତି। ସେ ଆତଙ୍କବାଦ, ହିଂସା ଏବଂ ସାଧାରଣ ନାଗରିକଙ୍କ ଜୀବନ ହାନିକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି ଏବଂ ପରିସ୍ଥିତିର ଶୀଘ୍ର ସମାଧାନ ପାଇଁ ଠୋସ ଉଦ୍ୟମକୁ ଆହ୍ବାନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ବ୍ରାଜିଲର ଅଧ୍ୟକ୍ଷତାରେ ଜି -୨୦ର ସଫଳତା ପାଇଁ ଭାରତର ପୂର୍ଣ୍ଣ ସମର୍ଥନର ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri