ଟ୍ରମ୍ପଙ୍କ ଟାରିଫ ଟେନଶନ ଭିତରେ ଚାଇନା କଲା ବଡ଼ ଘୋଷଣା, ଭାରତ ସହ ଜୋରଦାର ହେବ…

ନୂଆଦିଲ୍ଲୀ, ୧୫।୮: ଚାଇନା ବୈଦେଶିକ ମନ୍ତ୍ରଣାଳୟ ଗୁରୁବାର କହିଛି ଯେ ଭାରତ ଓ ଚୀନ ଦୁଇଟି ପ୍ରମୁଖ ବିକାଶଶୀଳ ଦେଶ ଏବଂ ଗ୍ଲୋବାଲ ସାଉଥ୍ର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ। ଉଭୟ ଦେଶ ପରସ୍ପରର ସଫଳତାରେ ସହଯୋଗୀ ହେବା। ଏହି ମନ୍ତବ୍ୟ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତୀୟ ପଣ୍ୟ ଉପରେ ୫୦ ପ୍ରତିଶତ ଟାରିଫ ଲଗାଇବା ଧମକ ପରେ ଆସିଛି।

ଚୀନ୍ର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଲିନ ଜିଆନ କହିଛନ୍ତି, ଚାଇନା ଓ ଭାରତ ନେତାଙ୍କ ମଧ୍ୟରେ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ସହମତିକୁ କାର୍ଯ୍ୟକାରୀ କରିବା ପାଇଁ ଚୀନ ଭାରତ ସହ କାମ କରିବାକୁ ପ୍ରସ୍ତୁତ। ଆମେ ରାଜନୈତିକ ପରସ୍ପର ବିଶ୍ୱାସ ବୃଦ୍ଧି, ବିଭିନ୍ନ କ୍ଷେତ୍ରରେ ଆଦାନପ୍ରଦାନ ଓ ସହଯୋଗ ବୃଦ୍ଧି ଏବଂ ସାଙ୍ଗକୁ ସମସ୍ୟାଗୁ ସମାଧାନ କରିବାକୁ ଚାହୁଁଛୁ। ସେ ଆହୁରି କହିଛନ୍ତି ଯେ ଶାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ) ଭଳି ବହୁପାକ୍ଷିକ ମଞ୍ଚରେ ଉଭୟ ଦେଶ ମିଳିତ ଭାବେ କାମ କରି ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିପାରିବେ।

ଟ୍ରମ୍ପଙ୍କ ଟାରିଫ ଧମକ ଭାରତକୁ ବିଆରଆଇସିଏସ ଦେଶମାନଙ୍କ, ବିଶେଷକରି ଚୀନ ଆହୁରି ଅଧିକ ଘନିଷ୍ଠ କରୁଛି। ୨୦୨୦ ଗାଲୱାନ ଘାଟି ସଂଘର୍ଷ ପରେ ଭାରତ-ଚୀନ ସମ୍ପର୍କ ନିମ୍ନସ୍ତରକୁ ଖସିଥିଲା। ତେବେ ଏବେ ପରିସ୍ଥିତି ବଦଳୁଛି। ଖବର ଅନୁଯାୟୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ମାସରେ ଚୀନ ସହ ସିଧାସଳଖ ବିମାନ ଚଳାଚଳ ପୁନଃ ଆରମ୍ଭ କରିବାର ଘୋଷଣା କରିପାରନ୍ତି। ଏହା ସହ ମୋଦୀ ସାତ ବର୍ଷ ପରେ ପ୍ରଥମ ଥର ପାଇଁ ଚୀନ ଗସ୍ତ କରି ରାଷ୍ଟ୍ରପତି ଶି ଜିନପିଂଙ୍କୁ ଏସ୍ସିଓ ସମ୍ମିଳନୀରେ ଭେଟିପାରନ୍ତି।

ଚୀନ୍ର ରାଷ୍ଟ୍ରଦୂତ ସୁ ଫେଇହଙ୍ଗ ଟ୍ରମ୍ପଙ୍କ ଟାରିଫ ନୀତିକୁ ଟାର୍ଗେଟ କରି କହିଛନ୍ତି, ଅନ୍ୟ ଦେଶମାନଙ୍କୁ ଦମନ କରିବା ପାଇଁ ଟାରିଫକୁ ଅସ୍ତ୍ର ଭାବେ ବ୍ୟବହାର କରାଯାଉଛି। ଏହି ପରିପ୍ରେକ୍ଷୀରେ ଭାରତ ଓ ଚୀନ ମିଳିତ ଭାବେ ବିଶ୍ୱ ମଞ୍ଚରେ ସହଯୋଗ କରିବାର ସମ୍ଭାବନା ଦେଖାଦେଇଛି।

ସୂଚନା ମୁତାବକ, ଟ୍ରମ୍ପଙ୍କ ଟାରିଫ ନୀତି ଭାରତକୁ ରୁଷିଆ ତୈଳ କିଣା ବନ୍ଦ କରିବାକୁ ଚାପ ପକାଉଛି। ଏହା ଭାରତ-ଆମେରିକା ସମ୍ପର୍କକୁ ଜଟିଳ କରୁଛି। ଏଭଳି ପରିସ୍ଥିତିରେ ଭାରତ ଓ ଚୀନ ମଧ୍ୟରେ ସହଯୋଗ ବୃଦ୍ଧି ପାଇଁ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?