ଲାଞ୍ଚ ନେଇ ଧରାପଡ଼ିଲେ ଅମିନ, ଅଭିଯୋଗକାରୀଙ୍କୁ ମାଗିଥିଲେ…

ସୁନ୍ଦରଗଡ଼/କୁତ୍ରା,୨୬ା୩(ଜୟନାରାରଣ ମେଣ୍ଡୁଳି/ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଜଣେ ଅମିନ ଶିଶିର କୁମାର ନାଏକ ବୁଧବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ଟିମ୍‌ ଏହି ଲାଞ୍ଚ ଟଙ୍କା ତାଙ୍କଠାରୁ ଜବତ କରିବା ସହ ଅଫିସ ଓ ବନ୍ଧବାହାଲସ୍ଥିତ ବାସଭବନରେ ଚଢ଼ାଉ ଚାଲିଛି। ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି ପଚରାଉଚରା ପରେ ସୁନ୍ଦରଗଡ଼ ଭିଜିଲାନ୍ସ କୋର୍ଟକୁ ଚାଲାଣ କରିଛି।
ଭିଜିଲାନ୍ସ ବିଭାଗ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ଅଭିଯୁକ୍ତ ଅମିନ ଜଣେ ବ୍ୟକ୍ତିଙ୍କ ଜମି ଭାଗ ପାଇଁ ଜମିପଟ୍ଟାର ସ୍କେଚ୍‌ ମ୍ୟାପ ତିଆରି ପାଇଁ ୬ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ଅଭିଯୋଗକାରୀ ଏହି ଟଙ୍କା ନ ଦେବାରୁ ଅମିନ ଜଣକ ତାଙ୍କୁ ହଇରାଣ କରି ଆସୁଥିଲେ। ଫଳରେ ଅଭିଯୋଗକାରୀ ଏ ସମ୍ପର୍କରେ ଭିଜିଲାନ୍ସ ବିଭାଗକୁ ଜଣାଇବା ପରେ ରାଉରକେଲା ଭିଜିଲାନ୍ସ ଥାନାରେ କେସ୍‌ ନମ୍ବର ୬/୨୦୨୫ରେ ମଙ୍ଗଳବାର ଏକ ମାମଲା ରୁଜୁ ହୋଇଥିଲା। ଯୋଜନା ମୁତାବକ ଏହି ଟଙ୍କା ଅଭିଯୋଗକାରୀଙ୍କଠାରୁ ଏହି ଲାଞ୍ଚଟଙ୍କା ଗ୍ରହଣ କରୁଥିବା ବେଳେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ସେଠାରେ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରି ତାଙ୍କ ଠାରୁ ରାସାୟନିକ ପ୍ରଲେପ ଦିଆ ଏହି ଟଙ୍କା ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri