ଏହି କଥାକୁ ନେଇ ପଶ୍ଚାତାପ କରୁଛନ୍ତି ଅମିର ଖାନ୍‌

ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଅମିର ଖାନ ନିକଟରେ ତାଙ୍କର ୫୭ ତମ ଜନ୍ମଦିନ ପାଳନ କରିଛନ୍ତି। ତାଙ୍କ ଜନ୍ମଦିନ ଅବସରରେ ପ୍ରଶଂସକମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବଲିଉଡ୍‌ରେ ଜଣେ ସଫଳ କଳାକାର ହୋଇଥିଲେ ମଧ୍ୟ ସେ ଆଜି ବି ଗୋଟିଏ ଜିନିଷକୁ ନେଇ ପଶ୍ଚାତାପ କରୁଛନ୍ତି।
ନିକଟରେ ଆମୀର ଖାନ ଏକ ସାକ୍ଷାତକାରରେ କହିଥିଲେ, ଯେ କାମ ହେତୁ ସେ ତାଙ୍କ ପରିବାରକୁ ହାଲୁକା ଭାବେ ନେଇଥିଲେ। କୌଣସି ସ୍ଥାନରେ ପରିବାର ପ୍ରତି ଥିବା ଦାୟିତ୍ୱ ପୂରଣ କରିପାରି ନାହଁାନ୍ତି। ମା-ବାପା, ଭାଇଭଉଣୀ, ପ୍ରଥମ ସ୍ତ୍ରୀ ରୀନାଜୀ, ଦ୍ୱିତୀୟ ସ୍ତ୍ରୀ କିରଣଜୀ ଏବଂ ପିଲାମାନେ ମୋ ନିକଟତର ଅଟନ୍ତି। କିନ୍ତୁ ସେମାନଙ୍କୁ ଯଥେଷ୍ଠ ସମୟ ଦେଇପାରି ନାହିଁ ବୋଲି ମୁଁ ଏବେ ଅନୁଭବ କରୁଛି। ୧୮ ବର୍ଷ ବୟସରୁ ମୁଁ ଫିଲ୍ମ ଜଗତକୁ ଆସିଲି। ଶିଖିବା ଏବଂ ନୂଆ କିଛି କରି ଦେଖାଇବା ଚକ୍କରରେ ମୁଁ ଏତେ ଜଡିତ ହୋଇଗଲି ଯେ ପରିବାର ପାଇଁ ସମୟ ପାଇଲି ନାହିଁ। କିନ୍ତୁ ଆଜି ମୁଁ ଅନୁଭବ କରୁଛି ଯେ ପରିବାର ସବୁ କାମ ଠାରୁ ସର୍ବାଗ୍ରେ।
୧୯୮୬ରେ ଅମିର ରୀନା ଦତ୍ତଙ୍କୁ ବିବାହ କରିଥିଲେ। ଜୁନୈଦ ଏବଂ ଇରା ଖାନ ନାମରେ ୨ଟି ସନ୍ତାନ ଅଛି। ଉଭୟ ୨୦୦୨ରେ ଅଲଗା ହୋଇଥିଲେ। ଅମିର ୨୦୦୫ ମସିହାରେ କିରଣ ରାଓଙ୍କୁ ବିବାହ କରିଥିଲେ ଏବଂ ସେମାନଙ୍କର ପୁଅ ଆଜାଦ ରାଓ ଖାନ ଅଛି। ଦୁହେଁ ଫିଲ୍ମ ‘ଲଗାନ’ର ସେଟରେ ଭେଟିଥିଲେ। ଗତ ବର୍ଷ ୨୦୨୧ରେ ଦୁହେଁ ଅଲଗା ହୋଇଥିଲେ। ୱାର୍କ ଫ୍ରଣ୍ଟରେ ସୁପରଷ୍ଟାର ପରବର୍ତ୍ତୀ ସମୟରେ ଫିଲ୍ମ ‘ଲାଲ ସିଂ ଚଢା’ରେ ନଜର ଆସିବେ, ଏହି ଫିଲ୍ମରେ କରୀନା କପୁର ଖାନ, ମୋନା ସିଂ ଏବଂ ନାଗା ଚୈତନ୍ୟ ପ୍ରମୁଖ ଭୂମିକାରେ ଅଭିନୟ କରିବେ। ଏହି କମେଡି-ଡ୍ରାମା ଚଳଚ୍ଚିତ୍ର ଏପ୍ରିଲ ୧୪, ୨୦୨୨ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri