୪୯ ବର୍ଷ ବୟସରେ ବିବାହ କରିବାକୁ ପ୍ରସ୍ତୁତ ଅଛନ୍ତି ଅମିଶା

ମୁମ୍ବାଇ: ଫିଲ୍ମ ଗଦର-୨ର ସଫଳତା ପରଠାରୁ ବଲିଉଡ ଅଭିନେତ୍ରୀ ଅମିଶା ପଟେଲ ଖଉବ ଚର୍ଚ୍ଚାରେ ଅଛନ୍ତି। ଗଦର ୨ ପରେ ଅଭିନେତ୍ରୀ ସବୁଠି ଛାଇ ହୋଇ ରହିଛନ୍ତି। ସେ ସୋସିଆଲ ମିଡିଆରେ ଖୁବ ଆକ୍ଟିଭ ଥାଆନ୍ତି ଏବଂ ତାଙ୍କ ଫଲୋୟର୍ସଙ୍କ ପାଇଁ କିଛି ନା କିଛି ଶେୟାର କରୁଥାଆନ୍ତି। ଆସ୍କ ମି ସେସନ ଜରିଆରେ ଅମିଶା ପ୍ରଶଂସକଙ୍କ ସହ କଥାବାର୍ତ୍ତା କରନ୍ତି। ନିକଟରେ ସେ ସୋସିଆଲ ମିଡିଆରେ ପ୍ରଶଂସକଙ୍କ ସହ କଥା ହୋଇଥିଲେ ଏବଂ ସେମାନଙ୍କୁ ତାଙ୍କ ବିବାହ ଯୋଜନା ବିଷୟରେ କହିଥିଲେ।
ଜଣେ ୟୁଜର ଅମିଶାଙ୍କୁ ପଚାରିଥିଲେ ଯେ ତାଙ୍କୁ ୪୯ବର୍ଷ, ସେ ବିବାହ କରିବାର କୌଣସି ଯୋଜନା ଅଛି କି? ଅମିଶା ଏହି ପ୍ରଶ୍ନର ଉତ୍ତର ଅତି ମଜାଦାର ଅନ୍ଦାଜରେ ଦେଇଥିଲେ। ବଲିଉଡ ଭାଇଜାନ ସଲମାନ ଖାଁ ସିଙ୍ଗଲ ଥିବାରୁ ସେ ମଧ୍‌ୟ ତାଙ୍କୁ ବିବାହ କରିବାକୁ ଚାହୁଁଥିବା କହିଥିଲେ।
ଅମିଶା ଉତ୍ତର ଦେଲେ- ’ସଲମାନ ବିବାହିତ ନୁହଁନ୍ତି ଏବଂ ମୁଁ ବି ନୁହେଁ। ଆପଣ ଭାବୁଛନ୍ତି କି ଆମେ ବିବାହ କରିବା ଉଚିତ୍‌। ଆପଣଙ୍କର ଆମ ପାଇଁ କ’ଣ କି ପଏଣ୍ଟ ବିବାହ ନା ଫିଲ୍ମ ପ୍ରୋଜେକ୍ଟ? ଅମେଶା ଆହୁରି ଲେଖିଛନ୍ତି- ମୁଁ ବିବାହ କରିବାକୁ ବହୁତ ଦିନ ଧରି ପ୍ରସ୍ତୁତ ଅଛି, ହେଲେ ପୁଅଟିଏ ମିଳୁନାହିଁ।
ଅମିଶା ପଟେଲଙ୍କ ଗଦର ୨ ବିଷୟରେ କହିବାକୁ ଗଲେ ଏହି ଫିଲ୍ମ ବକ୍ସ ଅଫିସରେ ଅନେକ ରେକର୍ଡ ଭାଙ୍ଗିଛି। ଏହି ମୁଭିଟି ୬୦୦ କୋଟିରୁ ଅଧିକ ଟଙ୍କା ସଂଗ୍ରହ କରିଥିଲା। ଏଥିରେ ତାରା ସିଂ ଏବଂ ସକିନାଙ୍କ ଯୋଡିକୁ ଦର୍ଶକେ ଖୁବ ପସନ୍ଦ କରିଥିଲେ। ଗଦର ୨ ର ସଫଳତା ପରେ ପ୍ରଶଂସକମାନେ ବର୍ତ୍ତମାନ ଗଦର-୩କୁ ଅପେକ୍ଷା କରିଛନ୍ତି। ଗଦର ପ୍ରଥମ ଭାଗର ୨୨ ବର୍ଷ ପରେ, ନିର୍ମାତାମାନେ ଏହାର ଦ୍ୱିତୀୟ ଭାଗ ଆଣିଲେ। ଯାହା ଏକ ସୁପରହିଟ ବୋଲି ପ୍ରମାଣିତ ହୋଇଥିଲା। ବିଶେଷ କଥା ହେଉଛି ଅମିଶା ପଟେଲ ମଧ୍ୟ ଗଦର ୩ର ଏକ ଅଂଶ ହେବେ। ଗଦର ୨ ହିଟ ହେବା ପରେ ନିର୍ମାତା ଏହାର ତୃତୀୟ ଭାଗ ଘୋଷଣା କରିଥିଲେ। ଗଦର-୨ ପରଠାରୁ ଅମିଶା କୌଣସି ପ୍ରୋଜେକ୍ଟରେ ଦେଖା ଦେଇନାହାଁନ୍ତି। ବର୍ତ୍ତମାନ ପ୍ରଶଂସକମାନେ ତାଙ୍କ ଆଗାମୀ ପ୍ରୋଜେକ୍ଟଗୁଡିକ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲା ୨ ଭାଇଙ୍କ ମୃତଦେହ

ପରଜଙ୍ଗ,୧୫।୯(ନିଗମାନନ୍ଦ ଦଳବେହେରା): ଦୁର୍ଘଟଣାରେ ୨ ଭାଇଙ୍କ ଜୀବନ ଚାଲିଗଲା। ହେଲେ ମୃତଦେହ ଘରକୁ ନେବାବେଳେ ଯେଉଁ ଦୃଶ୍ୟ ସାମ୍ନାକୁ ଆସିଲା, ତାହା ସମସ୍ତଙ୍କୁ ବିଚଳିତ କରିଛି। ରାସ୍ତା…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?