Posted inଜାତୀୟ

ଅମିତ ଅଗ୍ରଓ୍ବାଲ ଆଧାର ସିଇଓ: ଶାସନର ଶୀର୍ଷ ସ୍ତରରେ କେନ୍ଦ୍ର ସରକାରଙ୍କ ୧୩ ଅଦଳବଦଳ…

ନୂଆଦିଲ୍ଲୀ,୧୨।୬ : ପ୍ରଶାସନର ଶୀର୍ଷ ସ୍ତରରେ କେନ୍ଦ୍ର ସରକାର ୧୩ ଆଇଲଏସ ଅଧିକାରୀଙ୍କ ବଡ଼ ଅଦଳବଦଳ କରିଛନ୍ତି। ଏହା ଅଧୀନରେ ବରିଷ୍ଠ ଆଇଏଏସ ଅଧିକାରୀ ଅମିତ ଅଗ୍ରୱାଲଙ୍କୁ ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ ଇଣ୍ଡିଆର ସିଇଓ ଭାବେ ନିଯୁକ୍ତି ଦିଆଯାଇଛି। ଆଧାର କାର୍ଡ ତିଆରି ପାଇଁ ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ ଇଣ୍ଡିଆ ଦାୟୀ। ଏହା ସହିତ ସୁବୋଧ କୁମାର ସିଂଙ୍କୁ ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଆର)ର ନୂତନ ମହାନିର୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ଅମିତ ଅଗ୍ରୱାଲ ୧୯୯୩ ବ୍ୟାଚ ଏବଂ ସୁବୋଧ କୁମାର ସିଂ ୧୯୯୭ ମସିହା ବ୍ୟାଚ ଛତିଶଗଡ କ୍ୟାଡରର ଆଇଏଏସ ଅଧିକାରୀ।

ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଦାୟିତ୍ୱରେ ଥିବା ଅମିତ ଅଗ୍ରୱାଲଙ୍କୁ ଭାରତ ସରକାରଙ୍କ ବ୍ୟକ୍ତିଗତ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ ଇଣ୍ଡିଆର ନୂତନ ସିଇଓ କରାଯାଇଛି। ଏଥି ସହ ସୁବୋଧ କୁମାର ସିଂ ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ ଭାବରେ କାର୍ଯ୍ୟ କରିଥିଲେ। ରବିବାର ରାତିରେ ପର୍ସନାଲ ମନ୍ତ୍ରଣାଳୟ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ରିଚା ଶର୍ମାଙ୍କୁ ଖାଦ୍ୟ ଏବଂ ଜନସାଧାରଣ ବଣ୍ଟନ ବିଭାଗକୁ ପଠାଯାଇଛି।

କେନ୍ଦ୍ରୀୟ ସୂଚନା ଆୟୋଗରେ ସଚିବ ଭାବେ ପର୍ସନାଲ ଏବଂ ଟ୍ରେନିଂ ବିଭାଗର ଅତିରିକ୍ତ ସଚିବ ରଶ୍ମି ଚୌଧୁରୀଙ୍କୁ ନିଯୁକ୍ତି ଦିଆଯାଇଛି। ଅନ୍ୟାନ୍ୟ ନିଯୁକ୍ତି ମଧ୍ୟରେ ବିକାଶ କମିଶନର ଶ୍ୟାମ ଜଗନ୍ନାଥନ, ସ୍ବତନ୍ତ୍ର ଅର୍ଥନୈତିକ ଜୋନ, ମୁମ୍ବାଇର ସାନ୍ତାକ୍ରୁଜ ସ୍ବତନ୍ତ୍ର ରପ୍ତାନି ପ୍ରକ୍ରିୟାକରଣ ଜୋନ ବର୍ତ୍ତମାନ ପରିବହନ ଏବଂ ଜଳପଥ ମନ୍ତ୍ରଣାଳୟର ମହାନିର୍ଦ୍ଦେଶକ ଭାବରେ ସ୍ଥାନାନ୍ତରିତ ହୋଇଛନ୍ତି। ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ୱୁଲୁମଙ୍ଗ ଭାଲନମଙ୍କୁ ଅତିରିକ୍ତ ସଚିବ, ଅର୍ଥନୈତିକ ବ୍ୟାପାର ବିଭାଗ ଏବଂ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟର ଅତିରିକ୍ତ ସଚିବ ରମେଶ କୃଷ୍ଣମୂର୍ତ୍ତିଙ୍କୁ ସ୍ଥାନାନ୍ତର କରାଯାଇଛି।ସେ୍‌
ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗରେ ଅତିରିକ୍ତ ସଚିବ, ଆର ଆନନ୍ଦ ଭୂ-ସମ୍ପଦ ବିଭାଗର ଅତିରିକ୍ତ ସଚିବ ଏବଂ ମଣିନ୍ଦର କୌର ଦ୍ୱିବେଦୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସୁନୀଲ କୁମାର ବର୍ଣ୍ଣୱାଲଙ୍କୁ ଉଚ୍ଚଶିକ୍ଷା ବିଭାଗରେ ଅତିରିକ୍ତ ସଚିବ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?