Posted inଖେଳ

ଅମିତ, ଦୀପ୍‌ ଗ୍ରେସ୍‌ଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨ା୧୦(ଅନିଲ ଦାସ): ଚାଇନାରେ ଅନୁଷ୍ଠିତ ଏସିୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ବିଜେତା ହକି ଖେଳାଳି ଅମୀତ ରୋହିଦାସ ଏବଂ ବ୍ରୋଞ୍ଜ ପଦକ ବିଜୟିନୀ ମହିଳା ହକି ଖେଳାଳି ଦୀପ ଗ୍ରେସ ଏକ୍କାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସମ୍ବର୍ଦ୍ଧିତ କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ରୋହିଦାସଙ୍କୁ ୧.୫ କୋଟି ଏବଂ ଏକ୍କାଙ୍କୁ ୫୦ ଲକ୍ଷ ଟଙ୍କାର ଚେକ ପ୍ରଦାନ କରିଛନ୍ତି। ଉଭୟ ଖେଳାଳୀଙ୍କ କୃତିକୁ ନେଇ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି। ସେମାନେ ନିଜର ଉତ୍ସର୍ଗୀକୃତ ମନୋଭାବ, କଠନି ପରିଶ୍ରମ ଓ ଅଦମ୍ୟ ଦକ୍ଷତା ଯୋଗୁ ରାଜ୍ୟ ପାଇଁ ବଡ ଗୌରବ ଆଣିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପୁରସ୍କାର ପ୍ରଦାନ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ଉପସ୍ଥିତ ରହିବା ସହ ନିଜର କଠିନ ପରିଶ୍ରମ ଓ ପ୍ରତିବଦ୍ଧତା ପାଇଁ ଦୁଇ ଖେଳାଳିଙ୍କୁ ଅଭିନ୍ଦନନ ଜଣାଇଥିଲେ।
ଅମୀତ ରୋହିଦାସ ଅନ୍ତର୍ଜାତୀୟ ସ୍ତରରେ ଭାରତୀୟ ହକି ଦଳକୁ ବିଜୟୀ କରିବାରେ ନିଜର ଲଗାତର ପ୍ରୟାସ ଜରିରଖି ଦକ୍ଷତାର ପ୍ରମାଣ ଦେଇଛନ୍ତି। ସେ ସୁନ୍ଦରଗଡ ଜିଲା ସହିତ ରାଜ୍ୟ ଓ ଦେଶ ପାଇଁ ଏକ ରୋଲ ମଡେଲ ପାଲଟିଛନ୍ତି। ସେହିପରି ମହିଳା ହକି ଦଳର ତାରକା ଖେଳାଳି ଦୀପ ଗ୍ରେସ ଏକ୍କା ରାଜ୍ୟର ଯୁବ ମହିଳା ଖେଳାଳିଙ୍କ ପାଇଁ ଗର୍ବର ଉତ୍ସ ପାଲଟିଛନ୍ତି। ତାଙ୍କର ନୀରନ୍ତର ଚମତ୍କାର ଦକ୍ଷତା ଭାରତୀୟ ମହିଳା ହକି ଦଳକୁ ବହୁ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟରେ ସଫଳତାରେ ଦେବାରେ ଗୁରୁତ୍ୱ ଭୁମିକା ଗ୍ରହଣ କରିଛି। ଉଭୟ ଖେଳାଳି ଏହି ସମ୍ମାନ ପାଇଥିବାରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇବା ସହ ଆଗାମୀ ଦିନରେ ରାଜ୍ୟର ଗୌରବ ବଢାଇବାକୁ ଉଦ୍ୟମ ଜାରି ରଖିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?