ଅମିତ୍‌ ଟିପିଏସ୍‌ଓଡିଏଲ୍‌ର ନୂଆ ସିଇଓ

ଭୁବନେଶ୍ୱର,୧।୬: ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ସଦର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌’(ଟିପିଏସ୍‌ଓଡିଏଲ୍‌)ର ନୂଆ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ)ଭାବେ ଅମିତ୍‌ ଗର୍ଗଙ୍କୁ ନିକଟରେ ନିଯୁକ୍ତି ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩ ମାର୍ଚ୍ଚ ୨୫ ରେ ଅନୁଷ୍ଠିତ ଟିପିଏସ୍‌ଡିଏଲ୍‌ର ନିର୍ଦ୍ଦେଶକଙ୍କ ବୋର୍ଡ ବୈଠକରେ ଅମିତ୍‌ଙ୍କୁ ନୂଆ ସିଇଓ ଭାବେ ନିଯୁକ୍ତି ପ୍ରଦାନ କରିବା ସମ୍ପର୍କିତ ପ୍ରସ୍ତାବ ପାରିତ ହୋଇଥିଲା। ତାଙ୍କ କାର୍ଯ୍ୟକାଳ ୨୦୨୩ ଜୁନ୍‌ ୧ ରୁ ଆରମ୍ଭ ହେବ ବୋଲି ଜଣାପଡ଼ିଛି। ଏହା ପୂର୍ବରୁ ସେ ଟିପିଏସ୍‌ଓଡିଏଲ୍‌ରେ ଚିଫ୍‌ ଅପରେଟିଂ ଅଫିସର (ସିଓଓ) ଭାବେ ୨୦୨୨ ଅଗଷ୍ଟରୁ କାର୍ଯ୍ୟ କରୁଥିଲେ। ସେହିଭଳି ଅମିତ୍‌ ଟାଟା ପାୱାର ଟ୍ରେଡିଂ କମ୍ପାନୀ ଲିମିଟେଡ୍‌ (ଟିପିଟିସିଏଲ୍‌)ର ସିଇଓ ପଦରେ ମଧ୍ୟ କାର୍ଯ୍ୟ କରିଛନ୍ତି। ବିଶେଷକରି ବିଦ୍ୟୁତ୍‌ ଶିଳ୍ପରେ ୩ ଦଶନ୍ଧିରୁ ଅଧିକ ସମୟର ଅଭିଜ୍ଞତା ରଖିଥିବା ଅମିତ୍‌ ମଧ୍ୟପ୍ରଦେଶର ଜବଲପୁର ଇଞ୍ଜିନିୟରିଂ କଲେଜରୁ ଇଲେକ୍ଟ୍ରିକାଲ ଇଞ୍ଜିନିୟରିଂରେ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି। ଏ ସମ୍ପର୍କରେ ସେ କହିଛନ୍ତି, ଟିପିଏସ୍‌ଓଡିଏଲ୍‌ ଅଭିବୃଦ୍ଧିର ପରବର୍ତ୍ତୀ ପର୍ଯ୍ୟାୟର ନେତୃତ୍ୱ ନେବା ଲାଗି ମୋ ଉପରେ ଭରସା ପ୍ରକଟ କରିଥିବାରୁ ମୁଁ ଟିପିଏସ୍‌ଓଡିଏଲ୍‌ ବୋର୍ଡକୁ ଧନ୍ୟବାଦ ଜଣାଉଛି। ଏପରିକି ଏକ ଭରସାଯୋଗ୍ୟ ଓ ପ୍ରଭାବଶାଳୀ ବିଦ୍ୟୁତ୍‌ ବଣ୍ଟନ ସେବା ପ୍ରଦାନ ସଂସ୍ଥା ଭାବେ ଦକ୍ଷିଣ ଓଡ଼ିଶାର ଗ୍ରାମୀଣ ଓ ଆଦିବାସୀ ଅଞ୍ଚଳ ସମେତ ସମସ୍ତ ଗ୍ରାହକଙ୍କ ଜୀବନକୁ ସଶକ୍ତ କରିବାର ମିଶନକୁ ଜାରି ରଖିବାକୁ ମୁଁ ଚାହିଁ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri