Posted inଖେଳ

‘ଶୁଭମନ୍‌ଙ୍କୁ ଅଧିନାୟକତ଼୍ବ ବିଷୟରେ ଜଣାନାହିଁ’, ବଡ଼ ବୟାନ୍‌ ଦେଲେ ଏହି ପୂର୍ବତନ ଖେଳାଳି

ନୂଆଦିଲ୍ଲୀ, ୧୬।୦୭: ଭାରତୀୟ କ୍ରିକେଟ୍‌ ଟିମ୍‌ ଆଇସିସି ଟି-୨୦ ବିଶ଼୍ବ କପ୍‌ ବିଜୟ ପରେ ଜିମ଼୍ବାୱେ ଗସ୍ତରେ ଯାଇଥିଲା । ଏହି ଟିମ୍‌ର ଅଧିନାୟକତ଼୍ବ ଶୁଭମନ ଗିଲ୍‌ଙ୍କ ହାତରେ ରହିଥିଲା । ପ୍ରଥମ ମ୍ୟାଚ୍‌ରେ ହାରିବା ପରେ ଟିମ୍‌ ଜୋରଦାର ଫର୍ମକୁ ଫେରିଥିଲା ଏବଂ ୪-୧ରେ ସିରିଜ୍‌ ହାତେଇଥିଲା । ତେବେ ଏହି ସିରିଜ୍‌ ବିଜୟ ପରେ ଶୁଭମାନ୍‌ଙ୍କୁ ଦଳ ଆଗାମୀ କ୍ୟାପ୍ଟେନ୍‌ କରିବାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାକୁ ନେଇ ଭାରତୀୟ ଦଳର ପୂର୍ବତନ ସ୍ପିନର ଅମିତ୍‌ ମିଶ୍ରାଙ୍କ ବୟାନ ଏବେ ଭାଇରାଲ୍‌ ହେବାରେ ଲାଗିଛି । ସେ କହିଛନ୍ତି ଯେ ଶୁଭମନ୍‌ଙ୍କୁ ଅଧିନାୟକତ଼୍ବ ଆସିନାହିଁ କି ତାଙ୍କର ଏ ବିଷୟରେ କୌଣସି ଆଇଡିଆ ନାହିଁ ।

ଅମିତ୍‌ ମିଶ୍ରା ୟୁଟ୍ୟୁବର ଶୁଭଙ୍କରଙ୍କ ସହିତ ସାକ୍ଷାତକାର ସମୟରେ କହିଛନ୍ତି ଯେ, ମୁଁ ଶୁଭମନ ଗିଲ୍‌ଙ୍କୁ କେବେବି ଦଳର କ୍ୟାପ୍ଟେନ୍‌ କରିବି ନାହିଁ । ମୁଁ ତାଙ୍କୁ ଆଇପିଏଲ୍‌ରେ ଦେଖିଛି । ତାଙ୍କୁ ଏ ବିଷୟରେ ଜମାରୁ ଜଣା ନାହିଁ ଯେ ଅଧିନାୟକତ଼୍ବ କିପରି କରନ୍ତି । ତାଙ୍କ ପାଖରେ ସେ ଆଇଡିଆ ନାହିଁ । ଏହା ପୂର୍ବରୁ ସେ କେବେ କ୍ୟାପ୍ଟେନ୍‌ ହୋଇନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri