Posted inଖେଳ

ଭାରତୀୟ ଦଳରେ ଅମିତ, ନିଲମ

ନୂଆଦିଲ୍ଲୀ, ୮।୭: ସ୍ପାନିଶ୍‌ ହକି ଫେଡେରେଶନର ଶତବାର୍ଷିକୀ ଉପଲକ୍ଷେ ଏକ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟ ସ୍ପେନ୍‌ର ଟେରାସାଠାରେ ଚଳିତ ମାସ ୨୫ରୁ ୩୦ ପର୍ଯ୍ୟନ୍ତ ହେବାକୁ ଯାଉଛି। ଏଥିରେ ଆୟୋଜକ ସ୍ପେନ୍‌ ସମେତ ଭାରତ, ଇଂଲଣ୍ଡ ଓ ନେଦରଲାଣ୍ଡ୍ସ ଅଂଶଗ୍ରହଣ କରିବେ। ଏହି ଚତୁଃରାଷ୍ଟ୍ରୀୟ ହକି ଟୁର୍ନାମେଣ୍ଟ ପାଇଁ ଶୁକ୍ରବାର ୨୪ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ୨ ଖେଳାଳି ଅମିତ ରୋହିଦାସ ଓ ନିଲମ ସଞ୍ଜୀପ ଖେସ୍‌ ସ୍ଥାନ ପାଇଛନ୍ତି। ପ୍ରତିଯୋଗିତାଟି ଚେନ୍ନାଇରେ ହେବାକୁଥିବା ବେଳେ ଆଗାମୀ ଏସିଆନ ଚାମ୍ପିୟନ୍ସ ଟ୍ରଫି ଏବଂ ହାଙ୍ଗ୍‌ଝୋଉ ଏସିଆନ ଗେମ୍ସ ପାଇଁ ପ୍ରସ୍ତୁତି ସ୍ବରୂପ ହେବ। ହରମନପ୍ରୀତ ସିଂ ଭାରତୀୟ ଦଳର ଅଧିନାୟକ ଭାବେ ଅପରିବର୍ତ୍ତିତ ରହିଥିବାବେଳେ ଚମତ୍କାରୀ ମିଡ୍‌ଫିଲ୍ଡର ହାର୍ଦ୍ଦିକ ସିଂ ଉପ-ଅଧିନାୟକ ହୋଇଛନ୍ତି। ”ଆମେ ଯନତ୍ର ସହିତ ଏକ ସନ୍ତୁଳିତ ଦଳ ଚୟନ କରିଛୁ। ଏଥିରେ ଅଭିଜ୍ଞ ଓ ଯୁବ ଖେଳାଳିଙ୍କ ସମାହାର ରହିଛି। ଉଚ୍ଚସ୍ତରରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ଏକ ମଜଭୁତ ୟୁନିଟ ଗଠନ କରିବା ଆମର ମୁଖ୍ୟ ଲକ୍ଷ୍ୟ“ ବୋଲି ମୁଖ୍ୟ କୋଚ୍‌ କ୍ରେଗ୍‌ ଫୁଲଟନ ପ୍ରକାଶ କରିଛନ୍ତି।
ଭାରତୀୟ ଦଳ
ଗୋଲକିପର୍ସ: ଶ୍ରୀଜେଶ ପରାଟ୍ଟୁ ରବୀନ୍ଦ୍ରନ, କ୍ରିଶନ ପାଠକ।
ଡିଫେଣ୍ଡର୍ସ: ଜରମନପ୍ରୀତ ସିଂ, ନିଲମ ସଞ୍ଜୀପ ଖେସ୍‌, ମନପ୍ରୀତ ସିଂ, ଅମିତ ରୋହିଦାସ, ହରମନପ୍ରୀତ ସିଂ (ଅଧିନାୟକ), ବରୁଣ କୁମାର, ସଞ୍ଜୟ।
ମିଡ୍‌ଫିଲ୍ଡର୍ସ: ହାର୍ଦ୍ଦିକ ସିଂ (ଉପ-ଅଧିନାୟକ), ବିବେକ ସାଗର ପ୍ରସାଦ, ସୁମିତ, ନୀଳକାନ୍ତ ଶର୍ମା, ଶମଶେର ସିଂ, ରାଜକୁମାର ପାଲ୍‌।
ଫରଓ୍ବାଡର୍‌ସ: ଲଳିତ କୁମାର ଉପାଧ୍ୟାୟ, ମନଦୀପ ସିଂ, ଗୁରଜନ୍ତ ସିଂ, ସୁଖଜିତ ସିଂ, ଅଭିଷେକ, ପଓ୍ବନଳ ଦିଲପ୍ରୀତ ସିଂ, ସିମରନଜିତ ସିଂ, କାର୍ଥି ସେଲଭାମ୍‌।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri