ଭାରତୀୟ ହକି ଦଳର ଶୁଭକାମନା କଲେ ଅମିତ୍‌ ରୋହିଦାସଙ୍କ ମାଆ

ସୁନ୍ଦରଗଡ଼,୧୩।୧(ଡି.ଏନ୍‌.ଏ.):ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ସଉନାମରା ମାଟିର ପୁଅ ଅମିତ୍‌ ରୋହିଦାସ। ୨୦୨୩ ପୁରୁଷ ହକି ବିଶ୍ବକପ୍‌ର ଭାରତୀୟ ହକି ଦଳର ସେ ଉପଅଧିନାୟକ। ରାଉରକେଲାଠାରେ ଆରମ୍ଭ ହେଉଥିବା ଏହି ହକି ବିଶ୍ବକପ୍‌ ନେଇ ସମସ୍ତଙ୍କ ମଧ୍ୟରେ ଭରି ରହିଛି ଉତ୍ସାହ। ଚଳିତ ପୁରୁଷ ବିଶ୍ବକପ୍‌ ହକିରେ ଉପଅଧିନାୟକ ଭାବେ ଖେଳୁଥିବା ଅମିତ୍‌ ଓ ଅନ୍ୟମାନେ ନିଶ୍ଚିତ ଭାବେ ଭଲ ପ୍ରଦର୍ଶନ କରିବେ ଓ ଭାରତ ଚାମ୍ପିୟନ ହେବ ବୋଲି ସମସ୍ତେ ଆଶାବାଦୀ। ତାଙ୍କ ଭଳି ଜଣେ ଉଦୀୟମାନ ହକି ତାରକାଙ୍କୁ ଜନ୍ମ ଦେଇ ବେଶ ଗର୍ବିତ ବୋଲି ଅମିତ୍‌ଙ୍କ ମାଆ ଗୋଲାପୀ ରୋହିଦାସ କହିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶାର ରାଉରକେଲା ଓ ଭୁବନେଶ୍ୱରରେ ହକି ବିଶ୍ବକପ୍‌ ଆୟୋଜନ ଆଗାମୀ ପିଢ଼ିର ଖେଳାଳିଙ୍କୁ ନିଶ୍ଚିତ ପ୍ରେରଣା ଯୋଗାଇବ ବୋଲି କହିବା ସହ ଭାରତୀୟ ଦଳର ସଫଳତା, ଶୁଭକାମନା କରିଛନ୍ତି। ବ୍ୟସ୍ତତା ମଧ୍ୟରେ ମଧ୍ୟ ଅମିତ୍‌ ପ୍ରତିଦିନ କଥା ହେବାକୁ ଭୁଲି ନ ଥା’ନ୍ତି ବୋଲି ସେ କହିଛନ୍ତି। ଘରକୁ ଆସିଲେ ମାଆଙ୍କ ମନ ପସନ୍ଦର ଖାଇବା ଜିନିଷ ସହ ଘରେ ଥିବା ଭଉଣୀ ସୁସ୍ମିତାଙ୍କ ପାଇଁ ମନଲାଖି ଜିନିଷ ଆଣିଥା’ନ୍ତି ବୋଲି ତାଙ୍କ ମାଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri