Posted inଜାତୀୟ

ରାହୁଲଙ୍କୁ ପ୍ରଧାନମନ୍ତ୍ରୀ କରିବା ଲକ୍ଷ୍ୟରେ ଅଛନ୍ତି ସୋନିଆ ଗାନ୍ଧୀ: ଶାହା

ଚେନ୍ନାଇ,୨୮।୨: ତାମିଲନାଡୁ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ସ୍ବରାଷ୍ଟ୍ୟ ମନ୍ତ୍ରୀ ଅମିତ ଶାହା ରବିବାର ଭିଲୁପୁରମରେ ଏକ ସାଧାରଣ ସଭାରେ ଯୋଗ ଦେଇଥିଲେ। ସଭାକୁ ସମ୍ବୋଧିତ କରି ସେ କହିଛନ୍ତି, ମୁଁ ଦୁଃଖିତ ଯେ ମୁଁ ତାମିଲ ଭାଷାରେ କଥାବାର୍ତ୍ତା କରିପାରିବି ନାହିଁ। ଏହା ଭାରତର ସର୍ବପୁରାତନ ଏବଂ ମଧୁର ଭାଷା ମଧ୍ୟରୁ ଅନ୍ୟତମ। ମୁଁ ତୁମକୁ କ୍ଷମା ମାଗୁଛି। ଏହା ପରେ କଂଗ୍ରେସ ଏବଂ ଡିଏମକେ ଉପରେ ଆକ୍ରମଣ କରି ଶାହା କହିଛନ୍ତି ଯେ ଏଆଇଏଡିଏମକେ ଏବଂ ଏନଡିଏ ଗରିବ ଲୋକଙ୍କ ହିତ ପାଇଁ ଚିନ୍ତା କରୁଥିବାବେଳେ ଡିଏମକେ ଏବଂ କଂଗ୍ରେସ ଦୁର୍ନୀତିଗ୍ରସ୍ତ ଏବଂ ବିଭାଜନ ରାଜନୀତି କରୁଛନ୍ତି। ସେ କହିଛନ୍ତି, ରାହୁଲ ବାବାଙ୍କୁ ପ୍ରଧାନମନ୍ତ୍ରୀ କରିବା ପାଇଁ ସୋନିଆ ଜୀ ଏବଂ ଉଦୟନିଧିଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ଷ୍ଟାଲିନ ଚିନ୍ତିତ ଅଛନ୍ତି।
ସେ କହିଛନ୍ତି ଯେ କ୍ଷମତାରେ ଥିବାବେଳେ ୧୨ ଲକ୍ଷ କୋଟି ଟଙ୍କା ସ୍କାମରେ କଂଗ୍ରେସ ସମ୍ପୃକ୍ତ ଥିଲା ଏବଂ ସେତେବେଳେ ଡିଏମକେ ଏହା ସହ ମିଳିତ ଥିଲା। ଏହି ତିନୋଟି – ୨ଜି, ୩ଜି ଏବଂ ୪ଜି ତାମିଲନାଡୁରେ ଉପସ୍ଥିତ ଅଛି। ୨ଜିର ଅର୍ଥ ହେଉଛି ଦ୍ୱିତୀୟ ପିଢି ମାରନ ପରିବାର, ୩ଜିର ଅର୍ଥ ହେଉଛି ତୃତୀୟ ପିଢି କରୁଣାନିଧିଙ୍କ ପରିବାର ଏବଂ ୪ଜିର ଅର୍ଥ ହେଉଛି ଚତୁର୍ଥ ପିଢି ଗାନ୍ଧୀ ପରିବାର ବୋଲି ଶାହା କହିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ଗତ ସାଢେ ଛଅ ବର୍ଷ ମଧ୍ୟରେ ଆମେ ଦେଶର ପ୍ରାୟ ପ୍ରତ୍ୟେକ ବ୍ୟକ୍ତିଙ୍କୁ ଘର ଦେବା ଲକ୍ଷ୍ୟରେ ଅଛୁ। ୨୦୨୨ରେ, ଏପରି ଜଣେ ବ୍ୟକ୍ତି ରହିବେ ନାହିଁ, ଯାହାର ପକ୍କା ଘର ନ ଥିବ। କଂଗ୍ରେସ ଯେଉଁ କାମ ୬୦-୭୦ ବର୍ଷରେ କରିପାରି ନାହିଁ, ଭାଜପା ତାହା ୬ ବର୍ଷରେ କରି ଦେଖାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?