Posted inଜାତୀୟ

ପୁଡୁଚେରୀରେ ସରକାର ଗଢିବ ଏନ୍‌ଡିଏ: ଶାହା

ପୁଡୁଚେରୀ,୨୮ ।୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବେ ପୁଡୁଚେରୀ ଗସ୍ତରେ ଅଛନ୍ତି । ରବିବାର ସେ କରାଇକଲଠାରେ ଏକ ଜନସଭାକୁ ସାମ୍ବାଧନ କରିବା ଅବସରରେ କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ନାରାୟଣସ୍ୱାମୀ ସରକାର କେନ୍ଦ୍ର ଶାସିତ ପ୍ରଦେଶରେ ଭ୍ରଷ୍ଟାଚାରର ଗଙ୍ଗା ବହିବା ଭଳି କାମ କରିଛନ୍ତି । କେନ୍ଦ୍ର ସରକାର ପୁଡୁଚେରୀର ବିକାଶ ପାଇଁ ୧୫ ହାଜାର କୋଟି ଟଙ୍କା ଦେଇଥିବା ବେଳେ ନାରାୟଣସ୍ୱାମୀ ସରକାର ଏହାକୁ ଗାନ୍ଧୀ ପରିବାରର ସେବାରେ ଲଗାଇ ଦେଇଛନ୍ତି । ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଏଠାରେ ନଗରନିଗମ ନିର୍ବାଚନ କରାଯାଉନାହିଁ । ଏହାର କାରଣ ହେଉଛି ଯଦି ଏଠାରେ ନିର୍ବାଚନ କରାଯିବ ତେବେ ଭାରତୀୟ ଜନତା ପାର୍ଟି(ଭାଜପା) ନିଶ୍ଚୟ ବିଜୟ ଲାଭ କରିବ । ଶାହା ଆହୁରି ମଧ୍ୟ କହିଛନ୍ତି କେବଳ ପୁଡୁଚେରୀ ନୁହେଁ ଦେଶର ବିଭିନ୍ନ ସ୍ଥାନରେ କଂଗ୍ରେସ କର୍ମୀମାନେ ଏବେ ଭାଜପାରେ ଯୋଗ ଦେଉଛନ୍ତି । ଏହାର କାରଣ ହେଉଛି କଂଗ୍ରେସର ଆଉ ଯୋଗ୍ୟତା ନାହିଁ । ଏବେ କଂଗ୍ରେସ ଅଭିଯୋଗ କରୁଛି କି ଭାଜପା ପାଇଁ ତାଙ୍କ ସରକାର ଭାଙ୍ଗି ଯାଇଛି । ହେଲେ କଂଗ୍ରେସ ସରକାର କେବଳ ଭ୍ରଷ୍ଟାଚାର ପାଇଁ ଭାଙ୍ଗିଛି ବୋଲି ବୋଧହୁଏ କଂଗ୍ରେସ ଭୁଲି ଯାଉଛି । କଂଗ୍ରେସ ସରକାର କେବଳ ବଂଶବାଦ ଓ ପରିବାର ବାଦ ପାଇଁ ସମ୍ପୂର୍ଣ୍ଣ ଦେଶରେ ବେଶ୍ ଜଣାଶୁଣା । ଶାହା କହିଛନ୍ତି ମୁଁ ମୋ ଅନୁଭୁତିକୁ ନେଇ କହୁଛି ଆସନ୍ତା ନିର୍ବାଚନ ପରେ ପୁଡୁଚେରୀରେ ଭାଜପା ନେତୃତ୍ୱରେ ଏନ୍‌ଡିଏ ସରକାର ଗଠନ କରିବ । ଏବେ ପୁଡୁଚେରୀରେ ୭୫ ପ୍ରତିଶତ ଯୁବତୀଯୁବକ ବେକାର ରହିଛନ୍ତି । ହେଲେ ଏନ୍‌ଡିଏ ସରକାର ଗଠନ କଲେ ଆମେ ଏହାକୁ ୪୦ପ୍ରତିଶତରୁ କମ୍ କରିଦେବୁ ବୋଲି ଶାହା କଥା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri