Posted inଜାତୀୟ

କେଜ୍‌ରିଓ୍ବାଲ୍‌ଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଟାର୍ଗେଟ୍‌ କରିଛନ୍ତି। ଏକ ସାକ୍ଷାତକାରରେ ଅମିତ ଶାହାଙ୍କୁ ପଚରାଯାଇଥିଲା ଯେ, କେଜ୍‌ରିଓ୍ବାଲ୍‌ଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିବା ଦ୍ୱାରା ଇଣ୍ଡିଆ ମିଳିତ ମେଣ୍ଟ ଉପକୃତ ହୋଇଛି କି? ଏହାର ଉତ୍ତରରେ ଶାହା କହିଛନ୍ତି , ଜଣେ ଭୋଟର ଭାବରେ ମୁଁ ବିଶ୍ୱାସ କରେ ଯେ କେଜ୍‌ରିଓ୍ବାଲ୍‌ ଯେଉଁଆଡେ ଯାଆନ୍ତି, ଲୋକମାନେ ମଦ ଦୁର୍ନୀତିକୁ ମନେ ପକାଇବେ। କିଏ ଏଥିରୁ ଉପକୃତ ହେବ ଏବଂ କିଏ କ୍ଷତି ସହିବ ମୁଁ ବୁଝିପାରୁ ନାହିଁ।
ଶାହା କହିଛନ୍ତି, ମୁଁ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଉପରେ ମନ୍ତବ୍ୟ ଦେବାକୁ ଚାହୁଁ ନାହିଁ। କିନ୍ତୁ ଆମ ଆଦମୀ ପାର୍ଟି ଏବଂ କିଛି ସାମ୍ବାଦିକ ଏହି ନିଷ୍ପତ୍ତିକୁ କେଜ୍‌ରିଓ୍ବାଲ୍‌ଙ୍କ ବିଜୟ ବୋଲି ବିଚାର କରୁଛନ୍ତି, ମୁଁ ଏହାକୁ ସେପରି ଭାବୁନାହିଁ। ଗିରଫ ବେଆଇନ ବୋଲି କହି କେଜ୍‌ରିଓ୍ବାଲ୍‌ ସୁପ୍ରିମକୋର୍ଟ ଯାଇଥିଲେ ଏବଂ କୋର୍ଟ ଏହାକୁ ଗ୍ରହଣ କରି ନ ଥିଲେ। ଏପରିକି ନିୟମିତ ଜାମିନ ଆବେଦନକୁ ମଧ୍ୟ ପ୍ରତ୍ୟାଖ୍ୟାନ କରାଯାଇଥିଲା। ଏହା ପରେ ସେ ମଧ୍ୟବର୍ତ୍ତୀକାଳୀନ ଜାମିନ ମାଗିଥିଲେ, ଯାହା ସର୍ତ୍ତ ଅନୁଯାୟୀ ପ୍ରଦାନ କରାଯାଇଥିଲା। ଯଦି ତାଙ୍କର ପ୍ରକୃତରେ ଏତେ ସତ୍‌ସାହସ ଅଛି, ତେବେ ସେ ସେଶନ କୋର୍ଟକୁ ଯାଇ ଏକ ପିଟିସନ ଦାଖଲ କରିବା ଉଚିତ୍‌ ଯେ ତାଙ୍କ ବିରୋଧରେ ଅଭିଯୋଗ ମିଥ୍ୟା ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri