Posted inଜାତୀୟ

ଇତିହାସ ଜାଣନ୍ତି ନାହିଁ ଅମିତ ଶାହା: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୨।୧୨: ଜମ୍ମୁ କଶ୍ମୀର ପ୍ରସଙ୍ଗରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହର ଲାଲ ନେହେରୁଙ୍କୁ ସଂସଦରେ ଟାର୍ଗେଟ କରିଥିଲେ। ଏ ସମ୍ପର୍କରେ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଜବବା ଦେଇ କହିଛନ୍ତି, ଅମିତ ଶାହା ଇତିହାସ ଜାଣନ୍ତି ନାହିଁ, ସେ କେବଳ ଏହି ପ୍ରସଙ୍ଗକୁ ବଦଳାଇବା ପାଇଁ ଏଭଳି କହୁଛନ୍ତି। ପ୍ରକୃତ ପ୍ରସଙ୍ଗ ହେଉଛି ଜାତିଭିତ୍ତିକ ଜନଗଣନା ଏବଂ କେନ୍ଦ୍ରରେ ଓବିସି ଅଧିକାରୀ।
ରାହୁଲ ଗାନ୍ଧୀ ଆହୁରି ମଧ୍ୟ କହିଛନ୍ତି, ଜବାହର ଲାଲ ନେହେରୁ ଏହି ଦେଶ ପାଇଁ ନିଜ ଜୀବନକୁ ବଳିଦାନ ଦେଇଛନ୍ତି। ସେ ବର୍ଷ ବର୍ଷ ଧରି ଜେଲରେ ରହିଥିଲେ। ଅମିତ ଶାହା ଇତିହାସ ଜାଣନ୍ତି ନାହିଁ। ସେ ଏହାକୁ ପୁନଃଲିଖନ କରିବାକୁ ଚେଷ୍ଟା କରୁଛନ୍ତି ଏବଂ ଏହାକୁ ପ୍ରସଙ୍ଗ ହଟାଇବା ପାଇଁ ବ୍ୟବହାର କରୁଛନ୍ତି। ପ୍ରକୃତ ପ୍ରସଙ୍ଗ ହେଉଛି ଜନଗଣନା। ପ୍ରଧାନମନ୍ତ୍ରୀ ଜଣେ ଓବିସି କିନ୍ତୁ କେନ୍ଦ୍ର ସରକାରଙ୍କ ୯୦ଜଣ ସଚିବଙ୍କ ମଧ୍ୟରୁ କେବଳ ତିନିଟି ଓବିସି କାହିଁକି? ଆମେ ଓବିସି ଅଂଶଗ୍ରହଣ ଏବଂ ଜାତିଭିତ୍ତିକ ଜନଗଣନା ପ୍ରସଙ୍ଗ ସର୍ବଦା ଉଠାଇବୁ।
ଜମ୍ମୁ କଶ୍ମୀର ସଂରକ୍ଷଣ (ସଂଶୋଧନ) ବିଲ ୨୦୨୩ ଏବଂ ଜମ୍ମୁ କଶ୍ମୀର ପୁନର୍ଗଠନ (ସଂଶୋଧନ) ବିଲ ୨୦୨୩ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ ପାରିତ ହେବା ପରେ ଏହା ସଂସଦରେ ଆଲୋଚନା କରାଯାଇଥିଲା। ଏହି ସମୟରେ ଅମିତ ଶାହା ଜମ୍ମୁ କଶ୍ମୀରର ସମସ୍ୟା ପାଇଁ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହର ଲାଲ ନେହେରୁଙ୍କୁ ଦାୟୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri