Posted inଜାତୀୟ

୩ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଅମିତ ଶାହ

ନୂଆଦିଲ୍ଲୀ,୨୪।୫: ବାତ୍ୟା ‘ୟାସ’ ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବାତ୍ୟା ମୁକାବିଲାର ସମୀକ୍ଷା କରିଛନ୍ତି। ବାତ୍ୟା ପ୍ରଭାବିତ ହେବାକୁ ଥିବା ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ଶାହ ।

ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ.ଏସ୍‌ ଜଗନମୋହନ ରେଡ୍ଡୀଙ୍କ ସହ ଆଣ୍ଡାମାନ-ନିକୋବର ଉପରାଜ୍ୟପାଳ ଉପସ୍ଥିତ ଥିଲେ । ବୈଠକରେ ଶାହ କରୋନା ମହାମାରୀରେ ବାତ୍ୟା ମୁକାବିଲା କରିବା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଏଥିପ୍ରତି ଦୃଢତାର ସହ ମୁକାବିଲା କରିବାକୁ କହିଥିଲେ। ଏପରିକି କୋଭିଡ୍‌ ହସ୍ପିଟାଲରେ ଯେପରି ସମସ୍ୟା ସୃଷ୍ଟି ନ ହୁଏ ସେଥିପ୍ରତି ଦୃଷ୍ଟି ଦେବାକୁ ଶାହ ପ୍ରଶାସନିକ ଅଧିକାରୀଙ୍କୁ ଅବଗତ କରାଇଥିଲେ। ବାତ୍ୟା ସମୟରେ ବିଜୁଳି କଟିଗଲେ କରୋନା ହସ୍ପିଟାଲ, କୋଭିଡ୍‌କେୟାର ସେଣ୍ଟର ବିଶେଷକରି ଆଇସିୟୁରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ଉପରେ ଶାହ ଗୁରୁତ୍ୱାରୋପ କରିଥିଲେ। ଏପରି କି ଆବଶ୍ୟକତା ଅନୁଯାୟୀ ରାଜ୍ୟଗୁଡିକୁ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ସହ ସଶସ୍ତ୍ର ବାହିନୀ ଏବଂ ପାରା-ମିଲିଟାରୀ କର୍ମଚାରୀ, ରିଲିଫ ଉପକରଣ ଯୋଗାଇ ଦିଆଯିବ ବୋଲି ଶାହ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri