Posted inଜାତୀୟ

ଆକ୍ସନ ମୁଡ୍‌ରେ ଅମିତ ଶାହା: ଡାକିଲେ ଉଚ୍ଚସ୍ତରୀୟ ବୈଠକ

ଶ୍ରୀନଗର,୧୬।୬: ନିକଟରେ ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ସରକାର କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ନର୍ଥ ବ୍ଲକରେ ଏକ ବୈଠକ କରି କେନ୍ଦ୍ରଶାସିତ ଅଞ୍ଚଳର ସୁରକ୍ଷା ସ୍ଥିତିକୁ ଅନୁଧ୍ୟାନ କରିଛନ୍ତି। ଆତଙ୍କବାଦୀ ବିରୋଧୀ କାର୍ଯ୍ୟକୁ ଆହୁରି ଜୋରଦାର କରିବାକୁ ସେ ନିର୍ଦ୍ଦେଶାବଳୀ ଦେବାକୁ ଯାଉଛନ୍ତି। ଜୁନ ୨୯ରୁ ବାର୍ଷିକ ଅମରନାଥ ତୀର୍ଥଯାତ୍ରା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରୀ ମଧ୍ୟ ସମୀକ୍ଷା କରୁଛନ୍ତି। ଏହି ବୈଠକରେ ବହୁ ବରିଷ୍ଠ ଅଧିକାରୀ ମଧ୍ୟ ଭାଗ ନେଇଛନ୍ତି।
ତିନି ଦିନ ପୂର୍ବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏଭଳି ବୈଠକ କରିଥିଲେ। ଏଥିରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌ରେ ଜମ୍ମୁରେ ହୋଇଥିବା ଆକ୍ରମଣ ସମେତ ଅନେକ ଆତଙ୍କବାଦୀ ଘଟଣା ପରେ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆତଙ୍କବାଦ ବିରୋଧୀ କ୍ଷମତା ପୂର୍ଣ୍ଣ ଶକ୍ତି ସହିତ ନିୟୋଜିତ କରିବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। ଏକ ସପ୍ତାହ ପୂର୍ବରୁ ଜମ୍ମୁର ରିଆସି ଜିଲାରେ ଭକ୍ତଙ୍କୁ ନେଇ ଯାଉଥିବା ବସ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଏଥିରେ ୯ ଜଣଙ୍କର ମୃତ୍ୟୁ ଘଟିଥିଲା।
ଜମ୍ମୁ କଶ୍ମୀରର ସୁରକ୍ଷା ସମ୍ପର୍କରେ ଆୟୋଜିତ ଏହି ବୈଠକରେ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଜମ୍ମୁ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ନର ମନୋଜ ସିହ୍ନା, ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ, ପରବର୍ତ୍ତୀ ସେନା ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଏଥିରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri