Posted inଜାତୀୟ

ମୋଦିଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ପରିବର୍ତ୍ତନ ସମ୍ଭବ: ଶାହା

କୋଲକାତା,୫ ।୧୧: ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ବାଙ୍କୁଡାରେ ଆୟୋଜିତ ଏକ ରାଲିରେ ସମ୍ବୋଧନ ଦେଇଛନ୍ତି । ସେଠାରେ ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ହିଁ ପଶ୍ଚିମବଙ୍ଗରେ ପରିବର୍ତ୍ତନ ସମ୍ଭବ । ଏହାସହ ଏଥର ରାଜ୍ୟରେ ଭାରତୀୟ ଜନତ ପାର୍ଟି(ଭାଜପା) ହିଁ ସରକାର ଗଠନ କରିବ । ତ୍ରୁଣମୂଳ କଂଗ୍ରେସକୁ ଟାର୍ଗେଟ କରି ସେ କହିଛନ୍ତି ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ସରକାରଙ୍କ ଉପରେ ଲୋକଙ୍କ ଆକ୍ରୋଶ ଦେଖିବାକୁ ମିଳିଲାଣି । ସେ କହିଛନ୍ତି ମମତା କେନ୍ଦ୍ର ସରକାରଙ୍କ ଦ୍ୱାରା ଦିଆଯାଉଥିବା ସୁବିଧାକୁ ରାଜ୍ୟବାସୀଙ୍କ ପର୍ଯ୍ୟନ୍ତ ପହଞ୍ଚିବାକୁ ଦେଉ ନାହାନ୍ତି । ଏହାର ପରିଣାମ ଭବିଷ୍ୟତରେ ତାଙ୍କୁ ଭୋଗିବାକୁ ପଡିବ । ସେ କେନ୍ଦ୍ର ସରକାରଙ୍କ ଯୋଜନାକୁ ଡରିଯାଇ ଲାଗୁ କରୁ ନାହାନ୍ତି କାରଣ ଏଥିରେ ଭାଜପାକୁ ବଳ ମିଳିବ । ହେଲେ ଭାଜପା ଏଥିରେ ହାରିଯିବ ନାହିଁ । ରାଜ୍ୟବାସୀ ମମତା ସରକାରଙ୍କୁ ଉପାଡି ଫୋପାଡିବାକୁ ସ୍ଥିର କରି ସାରିଲେଣି । ସୂଚନାଯୋଗଜ୍ୟ, ପଶ୍ଚିମବଙ୍ଗରେ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖ୍‌ି ଶାହା ଦୁଇ ଦିନିଆ ଗସ୍ତ କାର୍ଯ୍ୟକ୍ରମରେ ଦଳର ସାଂଗଠନିକ କାର୍ଯ୍ୟ ବିଷୟରେ ଆଲୋଚନା କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri