ଜମିବ ନିର୍ବାଚନୀ ପ୍ରଚାର, ଆସନ୍ତକାଲି ଓଡ଼ିଶା ଆସୁଛନ୍ତି ଶାହା-ନଡ୍ଡା-ରାହୁଲ

ଭୁବନେଶ୍ୱର,୧୪।୫: ଓଡ଼ିଶା ଆସୁଛନ୍ତି କେନ୍ଦ୍ରର ହେଭିଓ୍ବେଟ ନେତା। କରିବେ ମାରାଥନ ପ୍ରଚାର ଓ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ। ଓଡ଼ିଶା ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ନିର୍ବାଚନୀ ପ୍ରଚାର ପାଇଁ ବୁଧବାର ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଭାଜପା ଚାଣକ୍ୟ ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆସିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଓଡ଼ିଶା ଆସିବେ ବୋଲି ଜଣାପଡିଛି ।

ସୂଚନା ଅନୁସାରେ, ଶାହା ଆସନ୍ତାକାଲି ମଧ୍ୟାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ଆସିକା ସଂସଦୀୟ କ୍ଷେତ୍ରର ସୋର ଯିବେ । ସେଠାରେ ଭାଜପାର ନିର୍ବାଚନୀ ସଭା ‘ବିଜୟ ସଂକଳ୍ପ ସମାବେଶ’ରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ମାଗିବେ । ଏହାପରେ ସେ ସଂଧ୍ୟା ୫ଟାରେ କଟକଠାରେ ଏକ ବିଶାଳ ରୋଡ ଶୋ’ରେ ସାମିଲ ହେବେ । ଦଳର ସାଂସଦ ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଓ ବିଧାୟକମାନଙ୍କୁ ସାଙ୍ଗରେ ଧରି ଏହି ରୋଡ ଶୋ’ କରିବେ । ଏହାପରେ ଭୁବନେଶ୍ୱର ବାଟ ଦେଇ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ଆସନ୍ତାକାଲି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ଦଳୀୟ କର୍ମଶାଳାରେ ଯୋଗ ଦେବେ । ଭୁବନେଶ୍ୱରରେ ରାତିଯାପନ କରି ୧୬ତାରିଖ ସକାଳେ ବରଗଡ଼ ଜିଲାର ପଦ୍ମପୁର ଓ ସୁନ୍ଦରଗଡ଼ ଦଳର ‘ବିଜୟ ସଂକଳ୍ପ ସମାବେଶ’ରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଅନ୍ୟପକ୍ଷରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ଭୁବନେଶ୍ୱରରେ ପହଞ୍ଚି ସିଧାସଳଖ ବଲାଙ୍ଗୀର ଯିବେ । ସେଠାରେ ନିର୍ବାଚନୀ ସଭା ଓ ବାଇକ ରାଲିରେ ସାମିଲ ହୋଇ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ବଲାଙ୍ଗୀର ବିଧାନସଭା ପ୍ରାର୍ଥୀ ସମରେନ୍ଦ୍ର ମିଶ୍ରଙ୍କ ପାଇଁ ରାହୁଲ ପ୍ରଚାର ମଇଦାନକୁ ଓହ୍ଲାଇବେ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri