Posted inଜାତୀୟ

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ ପାଇଁ ଗର୍ବର ଦିନ। ସେ ମନେ ପକାଇଥିଲେ ଯେ ୧୯୪୩ରେ ଏହି ଦିନ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ପୋର୍ଟ ବ୍ଲେୟାରରେ ଭାରତୀୟ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ।

ଅମିତ ଶାହା ଆହୁରି କହିଛନ୍ତି ଯେ ଏପ୍ରିଲରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ସେ ଗତ ୧୫ ବର୍ଷ ଧରି ଟିଏମସିର ଶାସନକୁ ସମାଲୋଚନା କରି କହିଛନ୍ତି, ଏହି ସମୟ ମଧ୍ୟରେ ବଙ୍ଗଳା ଭୟ, ଦୁର୍ନୀତି ଏବଂ କୁଶାସନ ଦ୍ୱାରା ଶାସିତ ହୋଇଛି, ଯାହା ଫଳରେ ଲୋକମାନେ ଭୟଭୀତ ଏବଂ ଆତଙ୍କିତ ଅନୁଭବ କରୁଛନ୍ତି। ୨୦୨୬ରେ ବେଙ୍ଗଲରେ ଭାଜପା ସରକାର ବୋଲି ଶାହା ନିଶ୍ଚିତ କରିଛନ୍ତି। ଶାହା କହିଛନ୍ତି, ୨୦୨୪ରେ ଓଡ଼ିଶା ଓ ଆନ୍ଧ୍ରରେ ପ୍ରଥମ କରି ସରକାର ଗଠନ କରିଛୁ।୨୦୨୬ରେ ଦୁଇତୃତୀୟାଂଶ ସଂଖ୍ୟା ଗରିଷ୍ଠତା ସହ ବେଙ୍ଗଲରେ ସରକାର। ବେଙ୍ଗଲ ଏକ ଗରିବ ରାଜ୍ୟ, ମାତ୍ର ମନ୍ତ୍ରୀଙ୍କ ଘରୁ ମିଳୁଛି ୨୭ କୋଟି। ବେଙ୍ଗଲରେ ମହିଳାମାନେ ଅସୁରକ୍ଷିତ, ରାତିରେ ଘରୁ ବାହାରିବା ବିପଦ।ଏଠାରେ କ’ଣ ମୋଗଲ ଶାସନ ଚାଲିଛି ବୋଲି ଶାହା ପ୍ରଶ୍ନ କରିଛନ୍ତି।

ଶାହା କହିଛନ୍ତି, ଦେଶର GDP ଯୋଗଦାନରେ ବେଙ୍ଗଲର ଅବଦାନ ୧୦.୫।ମାତ୍ର ଆଜି ଯେଉଁ ଶିଳ୍ପ ସଂସ୍ଥା ବେଙ୍ଗଲ ଆସୁଛନ୍ତି, ଫେରି ଯାଉଛନ୍ତି।ଆୟୁଷ୍ମାନ ଭାରତ ଲାଗୁ ନ କରି ମମତା ଗରିବଙ୍କୁ ସୁବିଧାରୁ ବଞ୍ଚିତ କରିଛନ୍ତି। ସମସ୍ତ ସାମ୍ବିଧାନିକ ବ୍ୟବସ୍ଥାକୁ ମାଟିରେ ମିଶାଇ ସାରିଛନ୍ତି ମମତା।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?