Posted inଜାତୀୟ

ଶ୍ରୀନଗରରେ ‘ବଳିଦାନ ସ୍ତମ୍ଭ’ର ଶିଳାନ୍ୟାସ କଲେ ଶାହା

ଶ୍ରୀନଗର,୨୪।୬: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ଶ୍ରୀନଗରର ମଝିରେ ଥିବା ପ୍ରତାପ ପାର୍କରେ ‘ବଳିଦାନ ସ୍ତମ୍ଭ’(ଶହୀଦଙ୍କ ସ୍ମାରକ)ର ଶିଳାନ୍ୟାସ କରିଛନ୍ତି। ଅଧିକାରୀ କହିଛନ୍ତି, ଶାହା ଜମ୍ମୁ-କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କ ସହ ଶ୍ରୀନଗର ସହରର ବ୍ୟବସାୟିକ କେନ୍ଦ୍ର ଲାଲ ଚକ ସିଟି ସେଣ୍ଟର ନିକଟରେ ଅବସ୍ଥିତ ପ୍ରତାପ ପାର୍କରେ ଏହି ସ୍ତମ୍ଭର ମୂଳଦୁଆ ପକାଇଛନ୍ତି। ଅଧିକାରୀଙ୍କ କହିବାନୁସାରେ, ଶ୍ରୀନଗର ସ୍ମାର୍ଟ ସିଟି ପ୍ରକଳ୍ପ ଅଧୀନରେ ଏହି ସ୍ମାରକୀ ନିର୍ମାଣ କରାଯାଉଛି ଏବଂ ଦେଶ ପାଇଁ ନିଜ ଜୀବନକୁ ବଳିଦାନ ଦେଇଥିବା ଶହୀଦମାନଙ୍କ ପାଇଁ ଶ୍ରଦ୍ଧାଞ୍ଜଳୀ।

ଭିତ୍ତି ପ୍ରସ୍ତର ସ୍ଥାପନ କରିବାର କିଛି ସମୟ ପରେ ଶାହା ଉପରାଜ୍ୟପାଳଙ୍କ ସରକାରୀ ବାସଭବନ ରାଜଭବନରେ ପହଞ୍ଚିଥିଲେ। ଏହି କାର୍ଯ୍ୟ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା, କିନ୍ତୁ ପାର୍କ ଏବଂ ଏହାର ଆଖପାଖରେ ଥିବା ଦୋକାନଗୁଡ଼ିକ ଖୋଲା ରହିଥିଲା ଏବଂ ଯାତାୟାତ ସ୍ବାଭାବିକ ଥିଲା ବୋଲି ଅଧିକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri