ରେକର୍ଡ ଦିଗରେ ଅଗ୍ରସର ହେଉଛନ୍ତି ଅମିତ୍‌ ଶାହା

ନୂଆଦିଲ୍ଲୀ,୪।୬: ସାରା ଦେଶରେ ଲୋକ ସଭା ନିର୍ବାଚନ ଗଣତି ଚାଲୁ ରହିଛି। ଏହାରି ମଧ୍ୟରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଗୃହମନ୍ତ୍ରୀ ଅମିତ୍‌ ଶାହା ରେକର୍ଡ ଦିଗରେ ଅଗ୍ରସର ହେଉଛନ୍ତି। ବିରାଟ ବ୍ୟବଧାନରେ ଅମିତ୍‌ ଶାହ ରହିଥିବା ନିର୍ବାଚନ ଆୟୋଗଙ୍କ ରିପୋର୍ଟରୁ ଜଣାପଡ଼ିଛି। ଗୁଜୁରାଟର ଗାନ୍ଧିନଗରରୁ ନିର୍ବାଚନ ଲଢ଼ୁଥିବା ଶ୍ରୀ ଶାହା ୨ ଲକ୍ଷ ଭୋଟ ବ୍ୟବଧାନରେ ରହିଛନ୍ତି। ଶାହାଙ୍କ ବିପକ୍ଷରେ କଂଗ୍ରେସର ସୋନାଲ ପଟେଲ ଲଢ଼ୁଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୨୫ଟି ଲୋକ ସଭା ଆସନରେ ଗଣତି ଚାଲୁ ରହିଛି।

୨୦୧୯ ନିର୍ବାଚନରେ ଶାହା ଏଠାରୁ ୫.୫୭ ଲକ୍ଷ ଭୋଟ ମାର୍ଜିନ୍‌ରେ ଜିତିଥିଲେ। ଦ଼୍ବିତୀୟ ଥର ପାଇଁ ପୁଣିଥରେ ସେ ଏହି ଆସନରୁ ଜିତିବା ନେଇ ଏକ ପ୍ରକାର ସ୍ପଷ୍ଟ ଜଣାପଡ଼ୁଛି। ଏହା ଆସନରୁ ପୂର୍ବରୁ ବରିଷ୍ଠ ନେତା ଲାଲ୍‌ କୃଷ୍ଣ ଆଡ୍‌ଭାନୀ ନିର୍ବାଚିତ ହୋଇଥିଲେ ।

ଗୁଜରାଟରେ ସୁରଟ ଆସନରୁ କଂଗ୍ରେସ ପ୍ରାର୍ଥୀ ନୀଲେଶ କୁମ୍ବନୀଙ୍କ ପ୍ରାର୍ଥୀ ପତ୍ର ଖାରଜ ହୋଇଯିବା ପରେ ଏଠାରୁ ବିଜେପି ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନ୍ୟ ୨୫ଟି ଆସନରେ ଗଣତି କରାଯାଉଛି। ଗୁଜରାଟରେ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ମଧ୍ୟକେ ବିଜେପି, କଂଗ୍ରେସ-ଆପ୍, ଏସପି, ବିଏସପି ଏବଂ ଅନ୍ୟାନ୍ୟ ଆଞ୍ଚଳିକ ଦଳ ମଧ୍ୟରେ ଟକ୍କର ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri