ରେକର୍ଡ ଦିଗରେ ଅଗ୍ରସର ହେଉଛନ୍ତି ଅମିତ୍‌ ଶାହା

ନୂଆଦିଲ୍ଲୀ,୪।୬: ସାରା ଦେଶରେ ଲୋକ ସଭା ନିର୍ବାଚନ ଗଣତି ଚାଲୁ ରହିଛି। ଏହାରି ମଧ୍ୟରେ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ଗୃହମନ୍ତ୍ରୀ ଅମିତ୍‌ ଶାହା ରେକର୍ଡ ଦିଗରେ ଅଗ୍ରସର ହେଉଛନ୍ତି। ବିରାଟ ବ୍ୟବଧାନରେ ଅମିତ୍‌ ଶାହ ରହିଥିବା ନିର୍ବାଚନ ଆୟୋଗଙ୍କ ରିପୋର୍ଟରୁ ଜଣାପଡ଼ିଛି। ଗୁଜୁରାଟର ଗାନ୍ଧିନଗରରୁ ନିର୍ବାଚନ ଲଢ଼ୁଥିବା ଶ୍ରୀ ଶାହା ୨ ଲକ୍ଷ ଭୋଟ ବ୍ୟବଧାନରେ ରହିଛନ୍ତି। ଶାହାଙ୍କ ବିପକ୍ଷରେ କଂଗ୍ରେସର ସୋନାଲ ପଟେଲ ଲଢ଼ୁଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ୨୫ଟି ଲୋକ ସଭା ଆସନରେ ଗଣତି ଚାଲୁ ରହିଛି।

୨୦୧୯ ନିର୍ବାଚନରେ ଶାହା ଏଠାରୁ ୫.୫୭ ଲକ୍ଷ ଭୋଟ ମାର୍ଜିନ୍‌ରେ ଜିତିଥିଲେ। ଦ଼୍ବିତୀୟ ଥର ପାଇଁ ପୁଣିଥରେ ସେ ଏହି ଆସନରୁ ଜିତିବା ନେଇ ଏକ ପ୍ରକାର ସ୍ପଷ୍ଟ ଜଣାପଡ଼ୁଛି। ଏହା ଆସନରୁ ପୂର୍ବରୁ ବରିଷ୍ଠ ନେତା ଲାଲ୍‌ କୃଷ୍ଣ ଆଡ୍‌ଭାନୀ ନିର୍ବାଚିତ ହୋଇଥିଲେ ।

ଗୁଜରାଟରେ ସୁରଟ ଆସନରୁ କଂଗ୍ରେସ ପ୍ରାର୍ଥୀ ନୀଲେଶ କୁମ୍ବନୀଙ୍କ ପ୍ରାର୍ଥୀ ପତ୍ର ଖାରଜ ହୋଇଯିବା ପରେ ଏଠାରୁ ବିଜେପି ପ୍ରାର୍ଥୀ ମୁକେଶ ଦଲାଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନ୍ୟ ୨୫ଟି ଆସନରେ ଗଣତି କରାଯାଉଛି। ଗୁଜରାଟରେ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ମଧ୍ୟକେ ବିଜେପି, କଂଗ୍ରେସ-ଆପ୍, ଏସପି, ବିଏସପି ଏବଂ ଅନ୍ୟାନ୍ୟ ଆଞ୍ଚଳିକ ଦଳ ମଧ୍ୟରେ ଟକ୍କର ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri