ଓଡ଼ିଶା ଆସିପାରନ୍ତି ଶାହା, ଭାଜପା ଶିବିର ଚଳଚଞ୍ଚଳ

ଭୁବନେଶ୍ୱର, ୧୬।୧୨(ସୁନିତ୍‌ ମିଶ୍ର):ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ଏଥିରେ ଯୋଗଦେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଅନୁରୋଧ କରାଯାଇଛି। ତେଣୁ ଶାହା ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ହେଲେ ଏନେଇ ଶାହାଙ୍କ କାର୍ଯ୍ୟାଳୟ ପକ୍ଷରୁ କିଛି ଚୂଡାନ୍ତ ସୂଚନା ଦିଆଯାଇ ନାହିଁ। ପୂର୍ବରୁ ରାଜ୍ୟ ସରକାରଙ୍କ କେତେକ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଶାହା ଆସିବାକୁ ଥିଲେ ମଧ୍ୟ ବିଭିନ୍ନ କାରଣ ପାଇଁ ଶେଷ ମୁହୂର୍ତ୍ତରେ ସେସବୁ ବାତିଲ ହୋଇଛି। ଶେଷଥର ଲାଗି ସେ ଓଡ଼ିଶାରେ ଆୟୋଜିତ ହୋଇଥିବା ଡିଜିପି ସମ୍ମିଳନୀରେ ଯୋଗଦେଇଥିଲେ। ଏଥର ଶାହା ଓଡ଼ିଶା ଗସ୍ତରେ ଆସି କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ ସୁଦ୍ଧା ତାଙ୍କ ମନ୍ତ୍ରଣାଳୟ ପକ୍ଷରୁ ଯେ ପର୍ଯ୍ୟନ୍ତ ଚୂଡାନ୍ତ ସୂଚନା ନ ଆସିଛି ସେତେବେଳ ଯାଏ କିଛି କୁହାଯାଇପାରିବ ନାହିଁ ବୋଲି ଜଣେ ବରିଷ୍ଠ ଆଇଏଏସ୍‌ ଅଧିକାରୀ କହିଛନ୍ତି।
ଅନ୍ୟପଟେ ରାଜ୍ୟରେ ଭାଜପା ଶାସନକୁ ଆସିବାର ୧୭ ମାସ ପୂରଣ ହୋଇସାରିଥିବା ବେଳେ ଏଯାଏ ୬ଟି ମନ୍ତ୍ରୀ ପଦ ଖାଲି ପଡ଼ିଛି। ଅନେକ ଦିନରୁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେଇପାରେ ବୋଲି ଚର୍ଚ୍ଚା ହୋଇଆସୁଛି। ସେହିପରି ବୋର୍ଡ ଏବଂ ନିଗମରେ ଥଇଥାନ ପ୍ରକ୍ରିୟା ଏଯାଏ ହୋଇପାରି ନ ଥିବାବେଳେ ଏନେଇ ଦଳୀୟ ନେତାମାନଙ୍କ ଭିତରେ ସାମାନ୍ୟ ଅସନ୍ତୋଷ ରହୁଛି। ତେଣୁ ଶାହା ଆସିଲେ ଏହିସବୁ ଚର୍ଚ୍ଚା ଆଗକୁ ବଢ଼ିପାରେ ବୋଲି କୁହାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri