Posted inଜାତୀୟ

ଅମରନାଥ ଯାତ୍ରୀଙ୍କୁ ମିଳିବ ଆରଆଇଏଫ୍‌ଡି କାର୍ଡ

ନୂଆଦିଲ୍ଲୀ,୧୭।୫: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଏଥିରେ ଅମରନାଥ ଯାତ୍ରାର ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ଶାହା। ଏହି ବୈଠକରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୋଇନ୍ଦା ତଥା ସୁରକ୍ଷା ମୁଖ୍ୟଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ, ଅମରନାଥ ଯାତ୍ରା ପାଇଁ ଆବଶ୍ୟକ ହେଉଥିବା ସମସ୍ତ କେନ୍ଦ୍ରୀୟ ସାମରିକ ବଳକୁ ଯାତ୍ରା ସମୟରେ ନିୟୋଜିତ କରାଯାଉ। ଏଥିସହ ଯାତ୍ରୀମାନଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯାଉ, ଯେପରି ସେମାନଙ୍କୁ କୌଣସି ପ୍ରକାରର ଅସୁବିଧାର ସମ୍ମୁଖୀନ ନ ହେବାକୁ ପଡେ। ତେବେ ପ୍ରଥମ ଥର ପ୍ରତ୍ୟେକ ଅମରନାଥ ଯାତ୍ରୀଙ୍କୁ ଆରଆଇଏଫ୍‌ଡି କାର୍ଡ ଦିଆଯିବ ଏବଂ ୫ଲକ୍ଷ ଟଙ୍କାର ବୀମା କରାଯିବ ବୋଲି ଜମ୍ମୁ-କଶ୍ମୀରର ମୁଖ୍ୟ ସଚିବ କହିଛନ୍ତି। ଏହି କାର୍ଡର ସାହାଯ୍ୟରେ ଯାତ୍ରୀଙ୍କ ଗାଡି କିମ୍ବା ଯାତ୍ରୀ କେଉଁଠାରେ ଅଛନ୍ତି ସେ ସମ୍ବନ୍ଧରେ ସୂଚନା ମିଳିପାରିବ। ଯାତ୍ରା ପାଇଁ ଯାତ୍ରା ମାର୍ଗରେ ଟେଣ୍ଟ ସିଟି, ୱାଇଫାଇ ହଟସ୍ପଟ ଏବଂ ଉପଯୁକ୍ତ ଆଲୋକ ବ୍ୟବସ୍ଥା କରାଯିବ। ଏଥିସହ ବାବା ବାରଫାନୀଙ୍କ ଅନ୍‌ଲାଇନ ଲାଇଭ ଦର୍ଶନ, ପବିତ୍ର ଅମରନାଥ ଗୁମ୍ଫାରେ ସକାଳ ଏବଂ ସନ୍ଧ୍ୟାରେ ଆରତୀର ସିଧା ପ୍ରସାରଣ ଏବଂ ବେସ୍‌ କ୍ୟାମ୍ପରେ ଧାର୍ମିକ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ କରାଯିବ। ଏତଦ୍‌ବ୍ୟତୀତ ଆତଙ୍କବାଦୀଙ୍କ କାର୍ଯ୍ୟକଳାପ ଉପରେ ମଧ୍ୟ ନଜର ରଖିବାକୁ ଅମିତ ଶାହା ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକ ୨ଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା, କେନ୍ଦ୍ର ଗୃହ ସଚିବ, ଇଣ୍ଟେଲିଜେନ୍ସ ବ୍ୟୁରୋର ନିର୍ଦ୍ଦେଶକ, ଜମ୍ମୁ-କଶ୍ମୀରର ମୁଖ୍ୟ ଶାସନ ସଚିବ ତଥା କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ଅମରନାଥ ଯାତ୍ରାର ସୁରକ୍ଷା ତଥା ତୀର୍ଥଯାତ୍ରୀମାନଙ୍କ ପାଇଁ ଆବଶ୍ୟକ ସୁବିଧା ସମ୍ପର୍କରେ ସ୍ବରାଷ୍ଟ୍ରମନ୍ତ୍ରୀ ଏକ ଦୀର୍ଘ ସମୟ ପର୍ଯ୍ୟନ୍ତ ବୈଠକ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ…

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

ଫୁଟ୍‌ପାଥରେ ଶୋଇଥିବାବେଳେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର କଲେ ଟ୍ୟାକ୍ସି ଡ୍ରାଇଭର, ଆଉ ତା’ପରେ…

ନୂଆଦିଲ୍ଲୀ,୨୪ା୬: ଦକ୍ଷିଣ ଦିଲ୍ଲୀର ମେହରୋଲି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୧ ବର୍ଷୀୟା ବାଳିକା ତାଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri