Posted inଜାତୀୟ

ଅସନ୍ତୁଷ୍ଟଙ୍କୁ ମନାଇବେ ଅମିତ

ବେଙ୍ଗାଲୁରୁ,୧୬ ।୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ କର୍ନାଟକ ଗସ୍ତରେ ଶନିବାର ବେଙ୍ଗାଲୁରୁଠାରେ ପହଞ୍ଚିଛନ୍ତି । ବେଙ୍ଗାଲୁରୁ ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା ତାଙ୍କୁ ସ୍ୱାଗତ କରିଛନ୍ତି । ଏହି ଦୁଇଦିନିଆ ଗସ୍ତ କାର୍ଯ୍ୟକ୍ରମରେ ଶାହା ବେଲଗାବିରେ ଏକ ରାଲିକୁ ସମ୍ବୋଧିତ କରିବେ । ଏହାସହ କେତେକ ପରିଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ବି ରହିଛି । ଏହି ସମୟରେ ଶାହା କର୍ନାଟକର ସିମୋଗ ଜିଲାରେ ରାପିଡ ଆକ୍ସନ ଫୋର୍ସର ନୂଆ ବାଟେଲିୟନ ପରିସରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା ବି ଉପସ୍ଥିତ ରହିଥିଲେ । ୯୭ ବାଟେଲିୟନର ମୁଖ୍ୟାଳୟ ପାଇଁ କର୍ନାଟକ ସରକାର ୫୦.୨୯ ଏକ ଜମି ଯୋଗାଇ ଦେଇଛନ୍ତି । ସବୁଠାରୁ ଗୁରୁତ୍ୱପୂଣ୍ଣ କଥା ହେଲା କର୍ନାଟକ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣକୁ ନେଇ ଅସନ୍ତୁଷ୍ଟ ଥିବା ବିଧାୟକମାନଙ୍କୁ ଶାହା ମନାଇବାକୁ ଚେଷ୍ଟା କରିବେ । କାରଣ ଏହି ବିଧାୟକମାନେ ଦୋଷାରୋପ କରିଛନ୍ତି କି ଯେଉଁମାନେ ଟଙ୍କା ଦେଉଛନ୍ତି ବା ବ୍ଲାକମେଲ କରୁଛନ୍ତି ସେମାନଙ୍କୁ କ୍ୟାବିନେଟରେ ସ୍ଥାନ ମିଳିଯାଉଛି । ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି କି ଶାହା କର୍ନାଟକ ଭାରତୀୟ ଜନତା ପାର୍ଟି(ଭାଜପା)ର କୋର କମିଟି ସହ ବୈଠକ କରିବେ । ଯେଉଁଥିରେ ଉଠିଥିବା ସମସ୍ୟାର ସମାଧାନ କରାଯିବାକୁ ବୋଲି ଚେଷ୍ଟା କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ ମହିଳା: ଧୋକା ମିଳିବା ପରେ ପୁଣି ଫେରିଲେ ଶାଶୁଘରକୁ, ତା’ପରେ ଯାହା ଘଟିଲା…

ଇନ୍ଦୋର,୨୦।୧୨: ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ ମହିଳା ପ୍ରଥମେ ତାଙ୍କ ସ୍ବାମୀଙ୍କୁ ପ୍ରତାରଣା କରିଥିଲେ ଏବଂ ପରେ ନିଜେ ପ୍ରତାରଣାର ଶିକାର ହୋଇଥିଲେ। ସେ ତାଙ୍କ ପ୍ରେମିକ...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ଗ୍ରାହକଙ୍କୁ ଆଶ୍ୱସ୍ତି: ୧୨ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୦।୧୨: ରେକର୍ଡ ବୃଦ୍ଧି ପରେ, ଭାରତରେ ୨୪-କ୍ୟାରେଟ, ୨୨-କ୍ୟାରେଟ ଏବଂ ୧୮-କ୍ୟାରେଟ ସୁନାର ମୂଲ୍ୟ ହ୍ରାସ ପାଇବାରେ ଲାଗିଛି। ଗୋଟିଏ ସପ୍ତାହରେ ୧୦ ଗ୍ରାମ ୨୪-କ୍ୟାରେଟ...

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri