ସଂସଦରେ ନବୀନ ପଟ୍ଟନାୟକଙ୍କ କଥା ଉଠାଇ ପ୍ରଶଂସା କଲେ ଅମିତ ଶାହା: ଜାଣନ୍ତୁ କେଉଁ ପ୍ରସଙ୍ଗରେ…

ନୂଆଦିଲ୍ଲୀ,୩୧।୭: କେରଳର ଓୟନାଡରେ ଭୟଙ୍କର ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୨୮ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମାଟି ତଳେ ୪୦୦ରୁ ଅଧିକ ପରିବାର ଫଶି ରହିଥିବା ସୂଚନା ମିଳିଛି। ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଭୂସ୍ଖଳନ ଘଟଣା ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବୁଧବାର ରାଜ୍ୟ ସଭାରେ ଜବାବ ରଖିଛନ୍ତି। ସେ କହିଛନ୍ତି, ଏଭଳି ବିପର୍ଯ୍ୟୟର ସମ୍ଭାବନା ସମ୍ପର୍କରେ କେରଳ ସରକାରଙ୍କୁ ପୂର୍ବରୁ ଚେତାବନୀ ଦିଆଯାଇଛି। ସାଧାରଣତଃ ଅନେକ ରାଜ୍ୟ ଏଭଳି ଚେତାବନୀ ପ୍ରତି ଧ୍ୟାନ ଦିଅନ୍ତି, କିନ୍ତୁ କେରଳ ସରକାର ଏହାକୁ ଅଣଦେଖା କରିଛନ୍ତି। ଏହାସହ ସେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦାହରଣ ଦେଇଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି, ଅନେକ ରାଜ୍ୟର ସରକାର ଅଛନ୍ତି,ଯେଉଁମାନେ ଏହି ପ୍ରକାର ଚେତାବନୀ ବ୍ୟବହାର କରି ଜିରୋ କାଜୁଆଲିଟି ବିପର୍ଯ୍ୟୟ ପରିଚାଳନା କରିଛନ୍ତି। ଯେତେବେଳେ ନବୀନ ପଟ୍ଟନାୟକ ଓଡିଶାରେ କ୍ଷମତାରେ ଥିଲେ, ଆମେ ୭ ଦିନ ପୂର୍ବରୁ ଏକ ସାଇକ୍ଲୋନ ଆଲର୍ଟ ପଠାଇଥିଲୁ, କେବଳ ଜଣେ ବ୍ୟକ୍ତି ମୃତ୍ୟୁ ବରଣ କରିଥିଲେ। ଆମେ ୩ ଦିନ ପୂର୍ବରୁ ଗୁଜରାଟ ସରକାରଙ୍କୁ ସାଇକ୍ଲୋନ ଆଲର୍ଟ ପଠାଇଥିଲୁ, ଜଣେ ବି ଲୋକଙ୍କ ମୃତ୍ୟୁ ଘଟି ନ ଥିଲା।
ଶାହା କହିଛନ୍ତି, ଏଭଳି ବିପର୍ଯ୍ୟୟର ସମ୍ଭାବନା ସମ୍ପର୍କରେ କେରଳ ସରକାରଙ୍କୁ ପୂର୍ବରୁ ଚେତାବନୀ ଦିଆଯାଇଛି। ସାଧାରଣତଃ ଅନେକ ରାଜ୍ୟ ଏଭଳି ଚେତାବନୀ ପ୍ରତି ଧ୍ୟାନ ଦିଅନ୍ତି, କିନ୍ତୁ କେରଳ ସରକାର ଏହାକୁ ଅଣଦେଖା କରିଛନ୍ତି।
ଅମିତ ଶାହା କହିଛନ୍ତି, ୨୦୧୪ରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହୋଇଥିଲେ। ପ୍ରାରମ୍ଭିକ ଚେତାବନୀ ପ୍ରଣାଳୀର ପ୍ରକଳ୍ପ ୨୦୧୬ରେ ଆରମ୍ଭ ହୋଇଥିଲା ଏବଂ ୨୦୨୩ ସୁଦ୍ଧା ଭାରତରେ ବିଶ୍ୱର ସବୁଠାରୁ ଆଧୁନିକ ପ୍ରାରମ୍ଭିକ ଚେତାବନୀ ବ୍ୟବସ୍ଥା ରହିବ। ଏଥିରେ ଦୁନିଆରେ କେବଳ ଚାରୋଟି ଦେଶ ଅଛନ୍ତି, ଯେଉଁମାନେ ସାତ ଦିନ ପୂର୍ବରୁ ଭବିଷ୍ୟବାଣୀ କରନ୍ତି, ସେଥିମଧ୍ୟରୁ ଗୋଟିଏ ହେଉଛି ଭାରତ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri