ସଂସଦରେ ନବୀନ ପଟ୍ଟନାୟକଙ୍କ କଥା ଉଠାଇ ପ୍ରଶଂସା କଲେ ଅମିତ ଶାହା: ଜାଣନ୍ତୁ କେଉଁ ପ୍ରସଙ୍ଗରେ…

ନୂଆଦିଲ୍ଲୀ,୩୧।୭: କେରଳର ଓୟନାଡରେ ଭୟଙ୍କର ଭୂସ୍ଖଳନ ହୋଇଛି। ଏଥିରେ ବର୍ତ୍ତମାନ ସୁଦ୍ଧା ୧୩୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୧୨୮ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମାଟି ତଳେ ୪୦୦ରୁ ଅଧିକ ପରିବାର ଫଶି ରହିଥିବା ସୂଚନା ମିଳିଛି। ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଭୂସ୍ଖଳନ ଘଟଣା ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବୁଧବାର ରାଜ୍ୟ ସଭାରେ ଜବାବ ରଖିଛନ୍ତି। ସେ କହିଛନ୍ତି, ଏଭଳି ବିପର୍ଯ୍ୟୟର ସମ୍ଭାବନା ସମ୍ପର୍କରେ କେରଳ ସରକାରଙ୍କୁ ପୂର୍ବରୁ ଚେତାବନୀ ଦିଆଯାଇଛି। ସାଧାରଣତଃ ଅନେକ ରାଜ୍ୟ ଏଭଳି ଚେତାବନୀ ପ୍ରତି ଧ୍ୟାନ ଦିଅନ୍ତି, କିନ୍ତୁ କେରଳ ସରକାର ଏହାକୁ ଅଣଦେଖା କରିଛନ୍ତି। ଏହାସହ ସେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦାହରଣ ଦେଇଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି, ଅନେକ ରାଜ୍ୟର ସରକାର ଅଛନ୍ତି,ଯେଉଁମାନେ ଏହି ପ୍ରକାର ଚେତାବନୀ ବ୍ୟବହାର କରି ଜିରୋ କାଜୁଆଲିଟି ବିପର୍ଯ୍ୟୟ ପରିଚାଳନା କରିଛନ୍ତି। ଯେତେବେଳେ ନବୀନ ପଟ୍ଟନାୟକ ଓଡିଶାରେ କ୍ଷମତାରେ ଥିଲେ, ଆମେ ୭ ଦିନ ପୂର୍ବରୁ ଏକ ସାଇକ୍ଲୋନ ଆଲର୍ଟ ପଠାଇଥିଲୁ, କେବଳ ଜଣେ ବ୍ୟକ୍ତି ମୃତ୍ୟୁ ବରଣ କରିଥିଲେ। ଆମେ ୩ ଦିନ ପୂର୍ବରୁ ଗୁଜରାଟ ସରକାରଙ୍କୁ ସାଇକ୍ଲୋନ ଆଲର୍ଟ ପଠାଇଥିଲୁ, ଜଣେ ବି ଲୋକଙ୍କ ମୃତ୍ୟୁ ଘଟି ନ ଥିଲା।
ଶାହା କହିଛନ୍ତି, ଏଭଳି ବିପର୍ଯ୍ୟୟର ସମ୍ଭାବନା ସମ୍ପର୍କରେ କେରଳ ସରକାରଙ୍କୁ ପୂର୍ବରୁ ଚେତାବନୀ ଦିଆଯାଇଛି। ସାଧାରଣତଃ ଅନେକ ରାଜ୍ୟ ଏଭଳି ଚେତାବନୀ ପ୍ରତି ଧ୍ୟାନ ଦିଅନ୍ତି, କିନ୍ତୁ କେରଳ ସରକାର ଏହାକୁ ଅଣଦେଖା କରିଛନ୍ତି।
ଅମିତ ଶାହା କହିଛନ୍ତି, ୨୦୧୪ରେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହୋଇଥିଲେ। ପ୍ରାରମ୍ଭିକ ଚେତାବନୀ ପ୍ରଣାଳୀର ପ୍ରକଳ୍ପ ୨୦୧୬ରେ ଆରମ୍ଭ ହୋଇଥିଲା ଏବଂ ୨୦୨୩ ସୁଦ୍ଧା ଭାରତରେ ବିଶ୍ୱର ସବୁଠାରୁ ଆଧୁନିକ ପ୍ରାରମ୍ଭିକ ଚେତାବନୀ ବ୍ୟବସ୍ଥା ରହିବ। ଏଥିରେ ଦୁନିଆରେ କେବଳ ଚାରୋଟି ଦେଶ ଅଛନ୍ତି, ଯେଉଁମାନେ ସାତ ଦିନ ପୂର୍ବରୁ ଭବିଷ୍ୟବାଣୀ କରନ୍ତି, ସେଥିମଧ୍ୟରୁ ଗୋଟିଏ ହେଉଛି ଭାରତ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri