ମହାପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ ଅମିତ ଶାହା

ଭୁବନେଶ୍ୱର,୮।୮(ବ୍ୟୁରୋ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସୋମବାର ସେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି। ସେ ମନ୍ଦିର ଭିତରେ ପ୍ରାୟ ୨୦ ମିନିଟ୍‌ ଧରି ପୂଜାର୍ଚ୍ଚନା କରିଥିଲେ। ତାଙ୍କ ସହ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍‌ପି ଅପରାଜିତା ଷଡଙ୍ଗୀ ମଧ୍ୟ ଉପସ୍ଥିତ ଥିଲେ।
ଦର୍ଶନ ସାରି ସେ ସମୀର ମହାନ୍ତିଙ୍କ ଘରକୁ ଯିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ କଟକ ଅଭିମୁଖେ ଯାତ୍ରା କରିବେ। ସେଠାରେ ପହଞ୍ଚି ସେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଓଡ଼ିଆ ବଜାର ସ୍ଥିତ ଜନ୍ମସ୍ଥାନକୁ ଯିବେ। ସେଠାରୁ କଟକ ଇଣ୍ଡୋର ଷ୍ଟାଡିୟମଠାରେ ୧୧ଟାରେ ପହଞ୍ଚିବେ। ପରେ ସେ ଏକ ଦୈନିକ ଖବରକାଗଜର କାର୍ଯ୍ୟକ୍ରମରେ ସାମିଲ ହେବେ। ସେଠାରେ ଶାହାଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଅନ୍ୟ କେତେଜଣ ନେତା ମଧ୍ୟ ଉପସ୍ଥିତ ରହିବେ। ଏହି କାର୍ଯ୍ୟକ୍ରମରେ ଯୋଦେବା ପୂର୍ବରୁ ଉଭୟ ବିଜେଡି ଓ ଭାଜପା ନିଜର ଶକ୍ତି ପ୍ରଦର୍ଶନ କରିବାକୁ ଲାଗିପଡିଛନ୍ତି।
ଏହି କାର୍ଯ୍ୟକ୍ରମ ଶେଷ ହେବାପରେ ସେଠାରୁ ନୂଆପାଟଣା, ମଙ୍ଗଳାବାଗ, କଲେଜ ଛକ, ଓଏମପି ଛକାଠାରେ କର୍ମୀମାନଙ୍କୁ ଭେଟିସାରି ଭୁବନେଶ୍ୱର ଫେରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?