Posted inଜାତୀୟ

ଭବିଷ୍ୟବାଣୀ କଲେ ଅମିତ ଶାହା: ୨୦୨୬ ମାର୍ଚ୍ଚ ସୁଦ୍ଧା …

ନୂଆଦିଲ୍ଲୀ,୭ା୧୦:୨୦୨୬ ମାର୍ଚ୍ଚ ସୁଦ୍ଧା ଭାରତରୁ ମାଓବାଦୀ ସମ୍ପୂର୍ଣ୍ଣ ମୂଳପୋଛ ହେବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ସୋମବାର କହିଛନ୍ତି। ମାଓବାଦୀ ପ୍ରଭାବିତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଶାହା କହିଛନ୍ତି, ବାମପନ୍ଥୀ ଉଗ୍ରବାଦୀ (ଏଲ୍‌ଡବ୍ଲ୍ୟୁଇ)ମାନଙ୍କ ବିରୋଧରେ ଲଢ଼େଇ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀମାନଙ୍କୁ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ସରକାର ସଂକଳ୍ପବଦ୍ଧ। ବିକାଶର ସୁବିଧା ମାଓବାଦୀ ପ୍ରଭାବିତ ଅଞ୍ଚଳଗୁଡ଼ିକର ଶେଷ ବ୍ୟକ୍ତି ପାଖରେ ପହଞ୍ଚାଇବାକୁ ହେଲେ ଉକ୍ତ ଉଗ୍ରପନ୍ଥୀ ପରିଚାଳିତ ହିଂସାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ହେବ।
ମାଓବାଦୀ ଅଧ୍ୟୁଷିତ ଅଞ୍ଚଳରେ ଆଇନର ଶାସନ ପ୍ରତିଷ୍ଠା କରିବାକୁ ହେଲେ ଏଲ୍‌ଡବ୍ଲ୍ୟୁଇ ବିରୋଧରେ ଲଢ଼େଇ ଜରୁରୀ। ଗତ ୩୦ ବର୍ଷ ମଧ୍ୟରେ ମାଓବାଦୀ ଆକ୍ରମଣରେ ଲୋକଙ୍କ ମୃତ୍ୟୁସଂଖ୍ୟା ପ୍ରଥମ ଥର ପାଇଁ ୧୦୦ରୁ କମ୍‌ ହୋଇଥିବା ଶାହା କହିଛନ୍ତି। ବାମପନ୍ଥୀ ଉଗ୍ରବାଦୀ କ୍ୟାଡର ସାମର୍ଥ୍ୟର ୮୫ ପ୍ରତିଶତ କେବଳ ଛତିଶଗଡ଼ ମଧ୍ୟରେ ସୀମିତ ରହିଛନ୍ତି। ସେଠାରେ ଚଳିତ ବର୍ଷ ଜାନୁଆରୀରୁ ଇତିମଧ୍ୟରେ ୧୯୪ ମାଓବାଦୀ ନିହତ ହେଲେଣି। ୮୦୧ ମାଓବାଦୀ ଅସ୍ତ୍ର ତ୍ୟାଗ କରିଥିବାବେଳେ ୭୪୨ ଜଣ ଆତ୍ମସମର୍ପଣ କରିଛନ୍ତି। ଏଥିପାଇଁ ଶାହା ଛତିଶଗଡ଼ ମୁଖ୍ୟମନ୍ତ୍ରୀ, ଗୃହମନ୍ତ୍ରୀ ଏବଂ ପୋଲିସ ଡିଜିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମାଓବାଦୀମାନେ ଅସ୍ତ୍ର ତ୍ୟାଗକରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ସେ ଆହ୍ବାନ ଦେଇଛନ୍ତି। ସରକାରୀ ସାମର୍ଥ୍ୟ ବୃଦ୍ଧି ନିମନ୍ତେ ଏକ ମିଳିତ ଅଭିଯାନ ଖୁବ୍‌ଶୀଘ୍ର ଆରମ୍ଭ ହେବ। ମାଓବାଦୀ ପ୍ରଭାବିତ ଅଞ୍ଚଳର ବିକାଶମୂଳକ କାର୍ଯ୍ୟକୁ ସୁନିଶ୍ଚିତ କରିବା ପାଇଁ ସୁରକ୍ଷା ସମ୍ପର୍କିତ ବ୍ୟୟକୁ ୩ ଗୁଣା ବୃଦ୍ଧି କରାଯାଇଥିବା ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri