Posted inଜାତୀୟ

ଭବିଷ୍ୟବାଣୀ କଲେ ଅମିତ ଶାହା: ୨୦୨୬ ମାର୍ଚ୍ଚ ସୁଦ୍ଧା …

ନୂଆଦିଲ୍ଲୀ,୭ା୧୦:୨୦୨୬ ମାର୍ଚ୍ଚ ସୁଦ୍ଧା ଭାରତରୁ ମାଓବାଦୀ ସମ୍ପୂର୍ଣ୍ଣ ମୂଳପୋଛ ହେବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ସୋମବାର କହିଛନ୍ତି। ମାଓବାଦୀ ପ୍ରଭାବିତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଶାହା କହିଛନ୍ତି, ବାମପନ୍ଥୀ ଉଗ୍ରବାଦୀ (ଏଲ୍‌ଡବ୍ଲ୍ୟୁଇ)ମାନଙ୍କ ବିରୋଧରେ ଲଢ଼େଇ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀମାନଙ୍କୁ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ସରକାର ସଂକଳ୍ପବଦ୍ଧ। ବିକାଶର ସୁବିଧା ମାଓବାଦୀ ପ୍ରଭାବିତ ଅଞ୍ଚଳଗୁଡ଼ିକର ଶେଷ ବ୍ୟକ୍ତି ପାଖରେ ପହଞ୍ଚାଇବାକୁ ହେଲେ ଉକ୍ତ ଉଗ୍ରପନ୍ଥୀ ପରିଚାଳିତ ହିଂସାକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ହେବ।
ମାଓବାଦୀ ଅଧ୍ୟୁଷିତ ଅଞ୍ଚଳରେ ଆଇନର ଶାସନ ପ୍ରତିଷ୍ଠା କରିବାକୁ ହେଲେ ଏଲ୍‌ଡବ୍ଲ୍ୟୁଇ ବିରୋଧରେ ଲଢ଼େଇ ଜରୁରୀ। ଗତ ୩୦ ବର୍ଷ ମଧ୍ୟରେ ମାଓବାଦୀ ଆକ୍ରମଣରେ ଲୋକଙ୍କ ମୃତ୍ୟୁସଂଖ୍ୟା ପ୍ରଥମ ଥର ପାଇଁ ୧୦୦ରୁ କମ୍‌ ହୋଇଥିବା ଶାହା କହିଛନ୍ତି। ବାମପନ୍ଥୀ ଉଗ୍ରବାଦୀ କ୍ୟାଡର ସାମର୍ଥ୍ୟର ୮୫ ପ୍ରତିଶତ କେବଳ ଛତିଶଗଡ଼ ମଧ୍ୟରେ ସୀମିତ ରହିଛନ୍ତି। ସେଠାରେ ଚଳିତ ବର୍ଷ ଜାନୁଆରୀରୁ ଇତିମଧ୍ୟରେ ୧୯୪ ମାଓବାଦୀ ନିହତ ହେଲେଣି। ୮୦୧ ମାଓବାଦୀ ଅସ୍ତ୍ର ତ୍ୟାଗ କରିଥିବାବେଳେ ୭୪୨ ଜଣ ଆତ୍ମସମର୍ପଣ କରିଛନ୍ତି। ଏଥିପାଇଁ ଶାହା ଛତିଶଗଡ଼ ମୁଖ୍ୟମନ୍ତ୍ରୀ, ଗୃହମନ୍ତ୍ରୀ ଏବଂ ପୋଲିସ ଡିଜିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମାଓବାଦୀମାନେ ଅସ୍ତ୍ର ତ୍ୟାଗକରି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବା ପାଇଁ ସେ ଆହ୍ବାନ ଦେଇଛନ୍ତି। ସରକାରୀ ସାମର୍ଥ୍ୟ ବୃଦ୍ଧି ନିମନ୍ତେ ଏକ ମିଳିତ ଅଭିଯାନ ଖୁବ୍‌ଶୀଘ୍ର ଆରମ୍ଭ ହେବ। ମାଓବାଦୀ ପ୍ରଭାବିତ ଅଞ୍ଚଳର ବିକାଶମୂଳକ କାର୍ଯ୍ୟକୁ ସୁନିଶ୍ଚିତ କରିବା ପାଇଁ ସୁରକ୍ଷା ସମ୍ପର୍କିତ ବ୍ୟୟକୁ ୩ ଗୁଣା ବୃଦ୍ଧି କରାଯାଇଥିବା ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri