Posted inଜାତୀୟ

ଅମିତ ଶାହା ସ୍ତ୍ରୀଙ୍କ ସହ ଉତ୍ତୋଳନ କଲେ ତ୍ରିରଙ୍ଗା…

ନୂଆଦିଲ୍ଲୀ, ୧୩।୮ : ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅନ୍ତର୍ଗତ ଦେଶବ୍ୟାପୀ ପ୍ରତି ଘରେ ତ୍ରିରଙ୍ଗା ଅଭିଯାନ ଶନିବାରଠାରୁ ଆରମ୍ଭ ହୋଇଛି। ଏହା ଅନ୍ତର୍ଗତ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ତାଙ୍କ ସ୍ତ୍ରୀ ସୋନାଲ ଶାହାଙ୍କ ସହ ଦିଲ୍ଲୀରେ ଥିବା ତାଙ୍କ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହା ସହିତ ଆନୁଷ୍ଠାନିକ ଭାବେ ଏହି ଅଭିଯାନ ଆରମ୍ଭ ହୋଇଥିଲା।

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ତାଙ୍କ ସ୍ତ୍ରୀ ମଲ୍ଲିକା ନଡ୍ଡା ମଧ୍ୟ ସେମାନଙ୍କ ଦିଲ୍ଲୀ ବାସଭବନରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି ଅବସରରେ ନାଡା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ସ୍ବାଧୀନତାର ଅମୃତ ମହୋତ୍ସବରେ ଦେଶରେ ପ୍ରତି ଘରେ ତ୍ରିରଙ୍ଗା ଛତ୍ତୋଳନ କରାଯାଉଛି। ଏହି ଅଭିଯାନକୁ ସଫଳ କରିବାକୁ ମୁଁ ସମସ୍ତ ଦେଶବାସୀଙ୍କୁ ଅନୁରୋଧ କରୁଛି।

ଏହି ଐତିହାସିକ ସମୟ ଅବସରରେ କେନ୍ଦ୍ର ସରକାର ଦେଶବାସୀଙ୍କୁ ଏହି ଅଭିଯାନରେ ଅଗଷ୍ଟ ୧୩ ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଉଡାଇବାକୁ ଆହ୍ବାନ ଦେଇଛନ୍ତି। ଏହି ଅଭିଯାନରେ ୨୦ କୋଟି ଘରେ ତ୍ରିରଙ୍ଗା ଉଡାଇବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।

ଏହି ଅଭିଯାନ ଅବସରରେ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ରାଜଘାଟରେ ପତାକା ଉତ୍ତୋଳନ କରିଥିଲେ। ସେ କହିଛନ୍ତି ଯେ ଆସନ୍ତୁ ଆମେ ଭାରତକୁ ଦ୍ରୁତ ଗତିରେ ଆଗକୁ ନେବା ଏବଂ ଆସନ୍ତା ୨୫ ବର୍ଷ ମଧ୍ୟରେ ଏହି ଦେଶକୁ ଏକ ବିକଶିତ ତଥା ସମୃଦ୍ଧ ଦେଶ କରିବା ପାଇଁ ଏକ ପ୍ରତିଶ୍ରୁତି ଗ୍ରହଣ କରିବା।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri