Posted inଜାତୀୟ

ଭାଜପାର ଘୋଷଣା ପତ୍ରରେ ରହିଛି ଏହି ସବୁ ପ୍ରତିଶ୍ରୁତି

କୋଲକାତା,୨୧।୩: ପଶ୍ଚିମବଙ୍ଗରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ରବିବାର ଭାଜପା ପକ୍ଷରୁ ଘୋଷଣା ପତ୍ର ଜାରି କରାଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଘୋଷଣାପତ୍ରକୁ ଉନ୍ମୋଚନ କରିଛନ୍ତି। ଭାଜପା ଘୋଷଣାପତ୍ରକୁ ‘ସଂକଳ୍ପ ପତ୍ର’ ବୋଲି ନାମକରଣ କରିଛି। ଘୋଷଣା ପତ୍ରର ମୂଳ ଉଦ୍ଦେଶ୍ୟ ସୋନାର ବଙ୍ଗଳା ର୍ନିମାଣ କରିବା। ମହିଳାଙ୍କ ସୁରକ୍ଷା, ଭିତ୍ତିଭୂମିର ବିକାଶ, ଉନ୍ନତ ସ୍ବାସ୍ଥ୍ୟସେବା ଯୋଗାଇବା ଏବଂ ରାଜ୍ୟରେ ଶିଳ୍ପ ପ୍ରତିଷ୍ଠା ଉପରେ ପ୍ରତିଶ୍ରୁତି ଦିଆଯାଇଛି। ଏହି ଅବସରରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଶାହା କହିଛନ୍ତି, ପଞ୍ଚିମବଙ୍ଗରେ ଭାଜପା ସରକାର ଗଠନ କରିବା ପରେ ରାଜ୍ୟ ସରକାରଙ୍କ ସମସ୍ତ ଚାକିରିରେ ମହିଳାମାନଙ୍କୁ ୩୩% ସଂରକ୍ଷଣ ଦିଆଯିବ। ପଶ୍ଚିମବଙ୍ଗବାସୀ ପିଏମ୍‌ କିଷାନ ସମ୍ମାନ ନିଧି ଯୋଜନାର ଲାଭ ପାଇବେ। ୭୫,୦୦୦ କୃଷକଙ୍କୁ ୩ ବର୍ଷ ଧରି ମମତା ଦିଦି ୧୮ହଜାର ଟଙ୍କା ବିତରଣ କରିବାକୁ କହି ବିତରଣ କରି ନ ଥିବା ଟଙ୍କାକୁ ଭାଜପା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବ। ପ୍ରତିବର୍ଷ ମତ୍ସ୍ୟଜୀବୀଙ୍କୁ ୬ହଜାର ଟଙ୍କା ଦିଆଯିବ। ଏପରିକି ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ପ୍ରଥମ କ୍ୟାବିନେଟରେ କାର୍ଯ୍ୟକାରୀ କରିବାକୁ ଭାଜପା ସଂକଳ୍ପ ପତ୍ରରେ ଉଲ୍ଳେଖ କରିଛି। ମୁଖ୍ୟମନ୍ତ୍ରୀଙ୍କ ଶରଣାର୍ଥୀ ଯୋଜନା ଅନୁଯାୟୀ ପ୍ରତ୍ୟେକ ଶରଣାର୍ଥୀ ପରିବାରକୁ ୫ ବର୍ଷ ପାଇଁ ବାର୍ଷିକ ୧୦ହଜାର ଟଙ୍କା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଚାଷୀଙ୍କ ପାଇଁ ଖୁସି ଖବର, ଏହି ଦିନ ମିଳିବ PM KISANର ୨୩ତମ କିସ୍ତି

ନୂଆଦିଲ୍ଲୀ,୧୬।୬: ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି ଯୋଜନାର ୨୩ତମ କିସ୍ତିକୁ ନେଇ ସାରା ଦେଶର ଚାଷୀ ଅପେକ୍ଷା କରିଛନ୍ତି । ଏବେ ଦେଶର କୋଟି କୋଟି ଚାଷୀଙ୍କୁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri