Posted inଜାତୀୟ

‘ଆଉ କିଛି ବର୍ଷ ପରେ ଜମ୍ମୁ-କଶ୍ମୀରରେ ସିଆର୍‌ପିଏଫ୍‌ର ଆବଶ୍ୟକତା ପଡ଼ିବ ନାହିଁ’

ଶ୍ରୀନଗର,୨୦।୩: କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍‌ପିଏଫ୍‌)ର କାର୍ଯ୍ୟର ପ୍ରଶଂସା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଫୋର୍ସ ଯୋଗୁ ଜମ୍ମୁକଶ୍ମୀରରେ ଆତଙ୍କବାଦକୁ ନିୟନ୍ତ୍ରଣ କରାଯାଇପାରିଛି। ଏପରିକି ଆଉ କିଛି ବର୍ଷ ପରେ ଜମ୍ମୁ-କଶ୍ମୀର ଏବଂ ଉତ୍ତରପୂର୍ବ ଅଞ୍ଚଳରେ ସିଆର୍‌ପିଏଫ୍‌ ଯବାନଙ୍କ ଆବଶ୍ୟକ ପଡ଼ିବ ନାହିଁ ବୋଲି ଶାହା ବଡ଼ ବୟାନ ଦେଇଛନ୍ତି।

ଶନିବାର ସିଆର୍‌ପିଏଫ୍‌ର ୮୩ତମ ପ୍ରତିଷ୍ଠା ଦିବସ ଅବସରରେ ସମ୍ବୋଧିତ କରି ଶାହା କହିଛନ୍ତି, କଶ୍ମୀର, ନକ୍ସଲ ଓ ଉତ୍ତରପୂର୍ବ ଅଞ୍ଚଳରେ ସିଆର୍‌ପିଏଫ୍‌ ଯେଉଁଭଳି କାମ କରୁଛି, ତା’କୁ ଦେଖି ଏହା ନିଶ୍ଚିତ ଯେ ଆଉ କିଛି ବର୍ଷ ପରେ ଏହି ୩ ରିଜନରେ ଆମକୁ ଆଉ ସିଆରପିଏଫ୍‌ର ଆବଶ୍ୟକ ପଡ଼ିବ ନାହିଁ। ଏହି ୩ ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା ହୋଇ ସାରିଥିବ। ଯଦି ଏମିତି ହୁଏ, ତା’ହେଲେ ଏସବୁର ଶ୍ରେୟ ସିଆରପିଏଫ୍‌କୁ ଯିବ। ବର୍ତ୍ତମାନ କଶ୍ମୀରରରେ ବିପୁଳ ସଂଖ୍ୟାରେ ସିଆରପିଏଫ ଯବାନ ମୁତୟନ ହୋଇଛନ୍ତି। ମୋଟ କ୍ଷମତାର ଏକ ଚତୁର୍ଥାଂଶ ଯବାନ କଶ୍ମୀର ଦାୟିତ୍ୱରେ ରହିଛନ୍ତି। ସିଆରପିଏଫ୍‌ ବ୍ୟତୀତ ଜମ୍ମୁ-କଶ୍ମୀର ପୁଲିସ, ଆର୍ମି, ବିଏସ୍‌ଏଫ୍‌, ଆଇଟିବିପି ଓ ଏସ୍‌ଏସ୍‌ବି ଯବାନମାନେ ମଧ୍ୟ କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନରେ ସାମିଲ ହୋଇଛନ୍ତି। ଧାରା ୩୭୦ ଉଚ୍ଛେଦ ହେବା ପରେ ସୁରକ୍ଷାକର୍ମୀମାନେ ପାକ ପ୍ରାୟୋଜିତ ଆତଙ୍କବାଦ ବିରୋଧରେ ଉପଯୁକ୍ତ ପଦକ୍ଷେପ ନେଇଛନ୍ତି। ସେମାନେ ଆତଙ୍କବାଦ ବିରୋଧରେ ଲଢ଼େଇ କରି ଉପତ୍ୟକାରେ ଶାନ୍ତି ପ୍ରତିଷ୍ଠା କରିପାରିଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri