Posted inଜାତୀୟ

ଛତିଶଗଡ଼ରେ ଗଢିବାକୁ ପଡିବ ଭାଜପା ସରକାର: ଶାହା

ରାୟପୁର,୨୨।୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଛତିଶଗଡ଼ରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନିର୍ବାଚନ ବିଗୁଲ ଫୁଙ୍କିଛନ୍ତି। ଦୁର୍ଗରେ ଗୁରୁବାର ସେ କହିଛନ୍ତି ୨୦୨୩ରେ ଛତିଶଗଡ଼ରେ ଭାଜପାର ସରକାର ଗଠନ କରିବାକୁ ହେବ। ପୂର୍ବତନ ମୁଖ୍ୟମନ୍ତ୍ରୀ ରମନ ସିଂଙ୍କୁ ଟାର୍ଗେଟ କରି ସେ କହିଛନ୍ତି, ଛତିଶଗଡ଼କୁ ରୋଗୀଣା ରାଜ୍ୟରୁ ବାହାର କରିବାକୁ ପଡିବ। ଏହାସହ ଶାହା ଆହ୍ବାନ ଦେଇଛନ୍ତି ୨୦୨୪ରେ ପୁଣିଥରେ କେନ୍ଦ୍ରରେ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାର ଗଠନ ହେବ। ୨୦୨୪ରେ ରାହୁଲ ‘ବାବା’ ଓ ନରେନ୍ଦ୍ର ମୋଦିଙ୍କ ମଧ୍ୟରୁ ମୋଦି ପ୍ରଧାନମନ୍ତ୍ରୀ ହେବେ। ଆଜିବି ଆମେରିକାରେ ମୋଦିଙ୍କ କାର୍ଯ୍ୟକ୍ରମ ଚାଲିଛି।

କଂଗ୍ରେସକୁ ଟାର୍ଗେଟ କରି ଶାହା କହିଛନ୍ତି ସୋନିଆ ଗାନ୍ଧୀ ଓ ମନମୋହନ ସିଂଙ୍କ ସରକାର ସମୟରେ ଭ୍ରଷ୍ଟାଚାର ହେଉଥିଲା। ହେଲେ ମୋଦି ପାକିସ୍ତାନର ଘରେ ପଶି ଆତଙ୍କବାଦୀଙ୍କ ମୂଳୋତ୍ପାଟନ କଲେ। କଂଗ୍ରେସ ତା’ର କୋଳରେ ଧାରା ୩୭୦କୁ ବସାଇଥିଲା। ଆତଙ୍କବାଦୀମାନେ ଆକ୍ରମଣ କରି ଚାଲିଥିଲେ। ରାମ ମନ୍ଦିର ଅଯୋଧ୍ୟାରେ ହେବାର କଥା ହେଲେ କଂଗ୍ରେସ ଏହାକୁ ଅଟକାଉ ଥିଲା।
ହେଲେ ୯ ବର୍ଷରେ ମୋଦି ବହୁତ କିଛି ପରିବର୍ତ୍ତନ କରିଛନ୍ତି। କଂଗ୍ରେସର ୧୦ ବର୍ଷ ଶାସନ କାଳରେ ଭ୍ରଷ୍ଟାଚାର ବଢି ଚାଲିଥିଲା। କଂଗ୍ରେସ ୧୨ ଲକ୍ଷ କୋଟିର ଭ୍ରଷ୍ଟାଚାର କରିଛି। ମୋଦି ୯ ବର୍ଷର ଶାସନ କାଳ ମଧ୍ୟରେ ଏତେ ପାରଦର୍ଶି ସରକାର ଚଲାଇଛନ୍ତି ଯେ ବିରୋଧୀ ଭ୍ରଷ୍ଟାଚାରର ଅଭିଯୋଗ ଆଣି ପାରୁ ନାହାନ୍ତି ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

Vaibhav Sooryavanshi: ଲଗାତାର ଦୁଇଟି ମ୍ୟାଚରେ ବିଫଳ, ଟିମ୍‌ରୁ ବାହାରି ଯିବେ ବୈଭବ ସୂର୍ଯ୍ୟବଂଶୀ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୭: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ, ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି, ଲଗାତାର ଦୁଇଟି ମ୍ୟାଚରେ ବ୍ୟାଟରେ ବିଫଳ ହୋଇଛନ୍ତି। ପ୍ରଶଂସକମାନେ ଟିମ ଇଣ୍ଡିଆ ପାଇଁ ତାଙ୍କର…

ବର୍ଷା ସମୟରେ ଏହି ଗଛ ତଳେ ଠିଆ ହେଲେ ହୋଇପାରେ ମୃତ୍ୟୁ, ଜାଣନ୍ତୁ ଏହାର ପ୍ରକୃତ ରହସ୍ୟ…

ବିଶ୍ୱରେ ଅନେକ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ଯାହା ମଧ୍ୟରୁ ଅନେକ ଅଦ୍ଭୁତ ଏବଂ କିଛି ଅତ୍ୟନ୍ତ ବିପଦପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ଏପରି ଏକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri