Posted inଜାତୀୟ

ଭାଜପାର ଅର୍ଥ ‘ଭାରତୀୟ ଝଗଡା ପାର୍ଟି’: ଅଖିଳେଶ

ଲକ୍ଷ୍ନୌ,୧୭ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ପ୍ରଚାର ଯୋର ସୋରରେ ଚାଲିଛି । ପ୍ରାୟ ସବୁ ପ୍ରମୁଖ ଦଳର ଷ୍ଟାର ପ୍ରଚାରକ ମାନେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଅଛନ୍ତି । ଗୁରୁବାର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଥିବା ସମୟରେ ସେ ସମାଜବାଦୀ ପାର୍ଟି, ବହୁଜନ ସମାଜ ପାର୍ଟି ଓ କଂଗ୍ରେସ ଉପରେ ଖୁବ୍ ବର୍ଷିଛନ୍ତି । ଗୁରୁବାର ଶାହ ଫିରୋଜାବାଦ , କରହଲ ଓ ଶିକୋହାବାଦରେ ରାଲି କରିଛନ୍ତି । ଏହି ସମୟରେ ସେ ସମାଜବାଦୀ ପାର୍ଟିକୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ସମାଜବାଦୀ ପାର୍ଟିରେ ଏସ୍ ର ଅର୍ଥ ହେଉଛି ସମ୍ପତି ଏକତ୍ର କରିବା ଓ ପିର ଅର୍ଥ ହେଉଛି ପରିବାର ଲୋକଙ୍କୁ ଶାସନ କ୍ଷମତା ଦେବା । ଶାହ କହିଛନ୍ତି ସମାଜବାଦୀ ପାର୍ଟି ସରକାରରେ ଅଖିଳେଶ ଯାଦବଙ୍କ ପରିବାରର ୪୫ ଜଣଙ୍କୁ ଭିନ୍ନ ଭିନ୍ନ ପଦ ମିଳିଥିଲା ।
ଏହାର ପ୍ରତିକ୍ରିୟାରେ ଅଖିଳେଶ କହିଛନ୍ତି ଭାଜପା ସବୁବେଳେ ଜନତାଙ୍କୁ ଧୋକା ଦେଇଥାଏ. ଭୁଲ କଥା କହିଥାଏ, ଜଣ ଜଣଙ୍କ ମଧ୍ୟରେ ଝଗଡା ଲଗାଇଥାଏ । ତେଣୁ ଏବେ ଭାଜପା ଦଳର ନାମ ପରିବର୍ତ୍ତନ କରି ‘ଭାରତୀୟ ଝଗଡା ପାର୍ଟି’ କରିଦେବା ଦରକାର । ଅଖିଳେଶ ଯାଦବ କରହଲ ଆସନରୁ ନିର୍ବାଚନ ଲଢୁଥିବା ବେଳେ ତାଙ୍କ ବିପକ୍ଷରେ ଭାଜପାର ପ୍ରାର୍ଥୀ ଏସ ପି ସିଂ ବଘେଲ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

କଢ଼ାଗଲା ଝଡ଼ ବତାସରେ ଛିଣ୍ଡିଥିବା ତ୍ରିରଙ୍ଗା: ପୁଣି ଗାନ୍ଧିଛକରେ ଉଡିଲା …

ବରଗଡ଼,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗାନ୍ଧିଛକରେ ଉଡୁଥିବା ଛିଣ୍ଡା ତ୍ରିରଙ୍ଗାକୁ ମଙ୍ଗଳବାର ଅପସାରିତ କରାଯାଇଛି। ଅପସାରଣ ପରେ ସେଠାରେ ନୂଆ ତ୍ରିରଙ୍ଗା ଉଡୁଛି। ଏଠାରେ ଉଲ୍ଲେଖନୀୟ, ସହର…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri