Posted inଜାତୀୟ

‘ଓୱାଇସି ସୁରକ୍ଷା ନିଅନ୍ତୁ, ଆମ ଚିନ୍ତା ଦୂର କରନ୍ତୁ’

ନୂଆଦିଲ୍ଲୀ,୭।୨: ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ଉପରେ ହୋଇଥିବା ଆକ୍ରମଣ ଉପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସୋମବାର ସଂସଦରେ ପ୍ରତିକ୍ରିୟା ଦେଇଛନ୍ତି। ଅମିତ ଶାହା କହିଛନ୍ତି, ଦୟାକରି ଅସଦୁଦ୍ଦିନ ଓୱାଇସି ଜେଡ୍‌ ବର୍ଗର ସୁରକ୍ଷା ନିଅନ୍ତୁ, ଆମ ଚିନ୍ତା ଦୂର କରନ୍ତୁ।
ଓଓ୍ବାଇସିଙ୍କୁ ଆକ୍ରମଣ ବିଷୟରେ ଗୃହରେ ସୂଚନା ଦେଇ ଅମିତ ଶାହା କହିଛନ୍ତି, ଓୱାଇସିଙ୍କ ହାପୁରରେ କୌଣସି କାର୍ଯ୍ୟକ୍ରମ ଥିଲା କି ନାହିଁ ତାହା ଜିଲା ନିୟନ୍ତ୍ରଣ କକ୍ଷକୁ ପୂର୍ବରୁ କୌଣସି ସୂଚନା ଦିଆଯାଇ ନ ଥିଲା। ଘଟଣା ପରେ ଓୱାଇସି ନିରାପଦରେ ଦିଲ୍ଲୀରେ ପହଞ୍ଚିଥିଲେ। ଏହି ସ୍ଥାନକୁ ଜିଲାର ବରିଷ୍ଠ ଅଧିକାରୀମାନେ ଯାଞ୍ଚ କରିଥିଲେ। ଅନୁସନ୍ଧାନ ବେଳେ ସ୍ଥାନୀୟ ପୋଲିସ ଶୀଘ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଦୁଇ ଅଭିଯୁକ୍ତକୁ ଗିରଫ କରିଥିଲା ଏବଂ ଦୁଇଟି ପିସ୍ତଲ ଉଦ୍ଧାର କରିଥିଲା।
ଓୱାଇସିଙ୍କ ସୁରକ୍ଷାକୁ ପୁନଃ ମୂଲ୍ୟାଙ୍କନ ପରେ ତାଙ୍କୁ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସରଜେଡ୍‌ ବର୍ଗର ସୁରକ୍ଷା ଯୋଗାଇ ଦିଆଯାଇଛି। କିନ୍ତୁ ସେ ସରକ୍ଷା ନେବାକୁ ମନା କରି ଦେଇଛନ୍ତି। ମୁଁ ତାଙ୍କୁ ଅନୁରୋଧ କରୁଛି, ଦୟାକରି ତାଙ୍କୁ ଯୋଗାଇ ଦିଆଯାଇଥିବା ସୁରକ୍ଷା ନିଅନ୍ତୁ, ଆମ ଚିନ୍ତା ଦୂର କରନ୍ତୁ।
ସୂଚନାଯୋଗ୍ୟ,ଗତ ଫେବୃୟାରୀ ୩ରେ ଉତ୍ତର ପ୍ରଦେଶରୁ ନିର୍ବାଚନ ରାଲି ସାରି ଫେରୁଥିବା ବେଳେ ତାଙ୍କ ଗାଡି ଉପରକୁ ୩ରୁ ୪ ରାଉଣ୍ଡ ଗୁଳି ମାଡ ହୋଇଥିଲା। ଗୁଳି ମାଡରେ ତାଙ୍କ ଗାଡି ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ବେଳେ ସେ କିନ୍ତୁ ସୁରକ୍ଷିତ ଦିଲ୍ଲୀ ଫେରି ପାରିଛନ୍ତି। ଏହି ଘଟଣାରେ ପୋଲିସ ୨ ଜଣଙ୍କ ଗିରଫ କରିଛି। ଗୁଳିମାଡରେ ଓଓ୍ବାଇସିଙ୍କ ଗାଡି ଚକା ଫାଟି ଯାଇଥିବା ବେଳେ ଗାଡିରେ ମଧ୍ୟ ଦୁଇଟି ଗୁଳିର ଦାଗ ଥିବା ଭଳି ଫଟୋ ସାମ୍ନାକୁ ଆସିଥିଲା। ଦିଲ୍ଲୀ-ମୀରଟ ହାଇୱେରେ ଏପରି ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri