Posted inଜାତୀୟ

ସେନାଙ୍କୁ ଦୁର୍ବଳ ବୋଲି ନ ଭାବନ୍ତୁ ଶତ୍ରୁ: ଶାହ

ଜୟପୁର,୫ ।୧୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ରବିବାର ରାଜସ୍ଥାନର ଜୈସଲମେରରେ ଆୟୋଜିତ ସୁରକ୍ଷାକର୍ମୀଙ୍କ ୫୭ ତମ ସ୍ଥାପନା ଦିବସ ସମାରୋହରେ ଯୋଗ ଦେଇଛନ୍ତି । ଏହି ଅବସରରେ ସେ ସୁରକ୍ଷାର୍କମୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ କାର୍ଯ୍ୟପାଇଁ ପଦକ ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଶାହ କହିଛନ୍ତି ଆଜି କେହିବି ଆମ ସୀମା ଓ ସେନାଙ୍କୁ ହାଲୁକା ଭାବେ ଗ୍ରହଣ କରିପାରିବେନି । ଭାରତ ବିଶ୍ୱକୁ କଡା ବାର୍ତ୍ତା ଦେଇଛି ।

ଦେଶର ସ୍ୱାଧିନତାକୁ ୭୫ ବର୍ଷ ପୂରଣ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଅମୃତ ମହୋତ୍ସବ ଭାବେ ପାଳନ କରିବାକୁ ନିର୍ଣ୍ଣୟ ନେଇଛନ୍ତି । ଆଜିଠାରୁ ୨୫ ବର୍ଷ ପର୍ଯ୍ୟନ୍ତ ଅମୃତ କାଳ ଭାବେ ଦେଖାଯିବ । ତେବେ ବିଏସ୍‌ଏଫ୍ ସ୍ଥାପନ ହେବାର ୫୭ ବର୍ଷ ପରେ ପ୍ରଥମଥର ଲାଗି ଦେଶର ସୀମାରେ ଥିବା ଜିଲାରେ ପ୍ରଥମ କରି ସ୍ଥାପନା ଦିବସ ପାଳନ କରାଯାଉଛି । ଏହି ପରମ୍ପରାକୁ ଜାରି ରଖିବା ଦରକାର ବୋଲି ଶାହ କହିଛନ୍ତି ।
ସେ ଆହୁରି ମଧ୍ୟ କହିଛନ୍ତି କି ଦେଶର ସୀମାରେ ସୁରକ୍ଷା ଦେଉଥିବା ବିଏସ୍‌ଏଫ୍ ବିଶ୍ୱର ସବୁଠାରୁ ବଡ ସୁରକ୍ଷା ବଳ । ଯେଉଁଠାରେ ବି ସୀମାରେ ଅଶାନ୍ତ ପରିବେଶ ସୃଷ୍ଟି କରିବାକୁ ଶତ୍ରୁପକ୍ଷ ଉଦ୍ୟମ କରିଛନ୍ତି ସେଠାରେ ବିଏସ୍‌ଏଫ୍ ଏହାର କଡା ଜବାବ ଦେଇଛି । ତେଣୁ ଆମର ସୀମା ଓ ଆମ ଯବାନଙ୍କୁ ଦୁର୍ବଳ ବୋଲି ଭାବିବା ଭୁଲ । ଏହି ବାର୍ତ୍ତା ଭାରତ ଦେଇଛି । ଏହି ଅବସରରେ ଶାହ ଦେଶର ପୋଲିସ, ବିଏସ୍‌ଏଫ୍ ଓ ସିଏପିଏଫର ପାୟ ୩୫ ହଜାରରୁ ଊର୍ଦ୍ଧ୍ୱ ଯବାନ ଦେଶପାଇଁ ପ୍ରାଣବଳୀ ଦେଇଥିବା ବେଳେ ଶାହା ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri