୫ରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ୍‌ ଶାହା: ରାଜନୀତିରେ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୨୭ା୨(ସୁନିତ୍‌ ମିଶ୍ର):ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରାପ୍ତ ସୂଚନା ଅନୁସାରେ ଶାହା ମାର୍ଚ୍ଚ ୫ ତାରିଖ ସନ୍ଧ୍ୟାରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚତ୍ବେ। ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସ୍‌ଏଫ୍‌ର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ନରେ ଜଟଣୀଠାରେ ଜାତୀୟ ଫୋରେନ୍ସିକ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନ୍‌ଏଫ୍‌ଏସ୍‌ୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ ବିଜ୍ଞାନ ପରୀକ୍ଷାଗାର (ସିଏଫ୍‌ଏସ୍‌ଏଲ୍‌)ର ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସି ମାଧ୍ୟମରେ ଏନ୍‌ଏଫ୍‌ଏସ୍‌ୟୁ ଟ୍ରାନ୍‌ଜିଟ କ୍ୟାମ୍ପସ, ଭୁବନେଶ୍ୱରର ଉଦ୍‌ଘାଟନ କରିବେ। ଏହାପରେ ଶାହା ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆଠାରେ ନବୀନ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବା ସହ ସମବାୟ ଏବଂ ଅନ୍ୟ ବିଭାଗର ପ୍ରକଳ୍ପଗୁଡିକର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀଙ୍କ ସିଆଇଏସ୍‌ଏଫ୍‌ର ପ୍ରତିଷ୍ଠା ଦିବସରେ ଯୋଗଦାନକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ ଟପିଂ ସହିତ ଆଲୋକୀକରଣ, ପରିଷ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ଆଭାସି ମାଧ୍ୟମରେ କଟକ ଜିଲାପାଳ ଯୋଗଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri