Posted inଜାତୀୟ

ଭାଜପା ସରକାର ଗଠନ କରିବା ପରେ ବନ୍ଦ ହୋଇନି ମଣିପୁର: ଶାହା

ଇମ୍ଫାଲ,୨୭ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ମଣିପୁରର ରାଜଧାନୀ ଇମ୍ଫାଲ ପହଞ୍ଚିଛନ୍ତି । ବିମାନ ବନ୍ଦରରେ ତାଙ୍କୁ ସ୍ୱାଗତ କରାଯିବା ପରେ ସେ ମଣିପୁର ବିକାଶ ଯାତ୍ରାକୁ ସମ୍ବୋଧିତ କରିଥିଲେ । ଏହି ସମୟରେ ସେ କେତେଗୁଡିଏ ବିକାଶ ଯୋଜନାର ଉଦଘାଟନ କରିଛନ୍ତି । ଶାହା ତାଙ୍କ ସମ୍ବୋଧନରେ କହିଛନ୍ତି ଗତ ୩ ବର୍ଷ ମଧ୍ୟରେ ମଣିପୁରରେ କୌଣସି ବନ୍ଦ ଆମେ ଦେଖିନୁ । ଆଉ ୬ ବର୍ଷ ମଧ୍ୟରେ ସମସ୍ତ ସଶସ୍ତ୍ର ସମୁହ ଜଣକ ପରେ ଜଣେ ହିଂସା ଛାଡି ଦେଇଛନ୍ତି । ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ଯାଗୁ ସମ୍ଭବ ହୋଇପାରିଛି । ଶାହା ଇମ୍ଫାଲରେ ଏକ ରାଲିକୁ ସମ୍ବୋଧନ କରିବା ସମୟରେ କହିଛନ୍ତି ପୂର୍ବରୁ ମଣିପୁର ନିୟମିତ ଭାବେ ଅବରୋଧ କାରଣରୁ ଜରୁରୀ ସାମଗ୍ରୀର ସଙ୍କଟକୁ ସାମ୍ନା କରୁଥିଲା । ହେଲେ ଗତ ୩ ବର୍ଷରେ ଏମିତି କୌଣସି ବନ୍ଦ ନଜରକୁ ଆସି ନାହିଁ । ଏଥିପାଇଁ ସେ ମୁଖ୍ୟମନ୍ତ୍ରୀ ବିରେନ ସିଂଙ୍କୁ ଧନ୍ୟବାଦ ଦେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ରାଜ୍ୟର ଏକ ନୂଆ ପରିଚୟ ତିଆରି କରିଛନ୍ତି । ପୂର୍ବୋତ୍ତର ରାଜ୍ୟ ସବୁବେଳେ ହିଂସା ପାଇଁ ଚର୍ଚ୍ଚାରେ ରହି ଆସୁଥିଲା । ହେଲେ ଗତ ୬ ବର୍ଷ ହେଲା ଏହା ଆଉ ଦେଖାଯାଉ ନାହିଁ । ହିଂସା କମି ହୋଇଛି । ଏବେ ଆଉ ଯେଉଁମାନେ ସଶସ୍ତ୍ରଧାରୀ ଅଛନ୍ତି ସେମାନେ ବି ମୁଖ୍ୟ ସ୍ରୋତେରେ ସାମିଲ ହୋଇଯିବେ ବୋଲି ଶାହା ଅଶା ପୋଷଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri