Posted inଜାତୀୟ

ପଶ୍ଚିମବଙ୍ଗରେ ଶାହାଙ୍କ ରଣ ହୁଙ୍କାର

କୋଲକାତା,୧୧ ।୨: ଆଗକୁ ଅଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ଏବେଠାରୁ ଭାରତୀୟ ଜନତାପାର୍ଟି(ଭାଜପା) ଜନମତ ନିଜ ଆଡକୁ କରିବାକୁ ସମସ୍ତ ଶକ୍ତି ଲାଗଇ ଦେଇଛି । ଗୁରୁବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କୁଚବିହାରରେ ଭାରଜପାର ‘ପରିବର୍ତ୍ତନ ଯାତ୍ରା’ର ଚତୁର୍ଥ ଭାଗର ଶୁଭାରମ୍ଭ କରିଛନ୍ତି । ତାଙ୍କ ରାଲିରେ ରାଜବଂଶୀ ସମାଜର ବହୁ ଲୋକ ଯୋଗ ଦେଇଛନ୍ତି । ଏହି ସମୟରେ ଶାହା କହିଛନ୍ତି ମୋଦିଙ୍କୁ ସୁଯୋଗ ଦିଅନ୍ତୁ ସେ ସୁନାର ବଙ୍ଗଲା କରିଦେବେ । ସେ କହିଛନ୍ତି ପରିବର୍ତ୍ତନ ଯାତ୍ରା ମୁଖ୍ୟମନ୍ତ୍ରୀ ବଦଳାଇବାକୁ ନୁହେଁ ବରଂ ପଶ୍ଚିମବଙ୍ଗର ସ୍ଥିତିରେ ପରିବର୍ତ୍ତନ ଆଣିବାକୁ । ଶାହା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଦିଦି ଜୟ ଶୀରାମ କହିବାକୁ କୁଣ୍ଠା ପ୍ରକାଶ କରୁଛନ୍ତି । ହେଲେ ମୁଁ ଆପଣଙ୍କୁ କଥା ଦେଉଛି ନିର୍ବାଚନ ସରୁ ସରୁ ଦିଦି ଜୟ ଶ୍ରୀରାମ କହିବେ । ଶାହା ଆହୁରି ମଧ୍ୟ କହନ୍ନ୍‌ି ତ୍ରୁଣମୂଳ କଂଗ୍ରେସର ଗୁଣ୍ଡା ପ୍ରାୟ ୧୩୦ ଭାଜପା କର୍ମୀଙ୍କୁ ହତ୍ୟା କରିଛନ୍ତି । ହେଲେ ସେମାନଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ । ଥରେ ଭାଜପା ସରକାର କ୍ଷମତାକୁ ଆସିଲେ ସମସ୍ତ ହତ୍ୟାକାରୀଙ୍କୁ ଜେଲ ପଠାଇ ଦିଆଯିବ ବୋଲି ଶାହା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଲିବ ‘କେଜରିଓ୍ବାଲ ଆଶୀର୍ବାଦ’ ଅଭିଯାନ: ସୁନୀତା

ନୂଆଦିଲ୍ଲୀ,୨୯।୩: ଏହି ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଇଡି ହେପାଜତରେ ଅଛନ୍ତି। କୋର୍ଟ ତାଙ୍କ ରିମାଣ୍ଡ...

ଏଠାରେ ବିଧାୟକଙ୍କୁ ଦରକାର ଗଧ, ସରକାରଙ୍କୁ କଲେ ଡିମାଣ୍ଡ

ଜୟପୁର,୨୯।୩: ଦେଶକୁ ସଫା ସୁତୁରା ରଖିବା ପାଇଁ ସରକାର ଅନେକ କାର୍ଯ୍ୟକ୍ରମ ଚଳାଇଛନ୍ତି। ଏଥିରେ ପ୍ରତ୍ୟେକ ଘରୁ ଅଳିଆ ସଂଗ୍ରହ କରିବାକୁ ଏକ ଅଳିଆ ଭ୍ୟାନ...

କଶ୍ମୀରର କେଶର, ତାମିଲନାଡୁର ମୋତି… ଜାଣନ୍ତୁ ବିଲ ଗେଟ୍ସଙ୍କୁ ଉପହାରରେ କ’ଣ କ’ଣ ଦେଲେ ମୋଦି

ନୂଆଦିଲ୍ଲୀ,୨୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ଭେଟିଥିଲେ। ଏହି ସମୟରେ, ଭୋକାଲ ଫର ଲୋକାଲର ଏକ ଗିଫ୍ଟ ଗେଟ୍ସଙ୍କୁ ଦେଇଛନ୍ତି। ଯେଉଁଥିରେ...

ପିତାଙ୍କ କବର ନିକଟରେ ପୋତି ଦିଆଯିବ ମୁଖତାର ଅନସାରୀଙ୍କ ମୃତଦେହ

ଲକ୍ଷ୍ନୌ,୨୯।୩: ପୂର୍ବତନ ବିଧାୟକ ମୁଖତାର ଅନସାରଙ୍କର ଗୁରୁବାର (୨୮ ମାର୍ଚ୍ଚ) ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ପରେ ସାରା ରାଜ୍ୟରେ ଧାରା...

ଆମ ପିଲା ବହୁତ ଆଡ୍‌ଭାନ୍ସ: ଜନ୍ମ ହେବା ମାତ୍ରେ କୁହନ୍ତି AI

ନୂଆଦିଲ୍ଲୀ,୨୯ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହା...

ହାଇକୋର୍ଟରୁ ଝଟକା ପରେ କଂଗ୍ରେସକୁ ୧.୭୦୦ କୋଟି ଟଙ୍କାର ଟ୍ୟାକ୍ସ ନୋଟିସ୍

ଭୁବନେଶ୍ୱର,୨୯ା୩: ଆୟକର ବିଭାଗ କଂଗ୍ରେସକୁ ୧,୭୦୦ କୋଟି ଟଙ୍କାର ନୋଟିସ ପ୍ରଦାନ କରିଛି। ଦିଲ୍ଲୀ ହାଇକୋର୍ଟ ଟ୍ୟାକ୍ସ ପୁନଃ ମୂଲ୍ୟାଙ୍କନ ପ୍ରକ୍ରିୟାରେ କଂଗ୍ରେସର ଆବେଦନକୁ ପ୍ରତ୍ୟାଖ୍ୟାନ...

ବାପାଙ୍କ ମୃତ୍ୟୁଖବର ଶୁଣି ଚେୟାରରୁ ଗଳି ପଡିଲେ ପୁଅ

ଲକ୍ଷ୍ନୌ,୨୯।୩: ଉତ୍ତରପ୍ରଦେଶର ପ୍ରଖ୍ୟାତ ମାଫିଆ ମୁଖତାର ହୃଦ୍‌ଘାତରେ ମୃତ୍ୟୁବରଣ କରିଛନ୍ତି। ଜେଲ୍‌ରେ ଥିବାବେଳେ ତାଙ୍କର ହୃଦ୍‌ଘାତ ହୋଇଥିଲା। ତାଙ୍କର ଜଣେ ପୁଅ ଅବ୍ବାସ ବର୍ତ୍ତମାନ କସଗଞ୍ଜ...

ଜଣେ ଅପରାଧୀଙ୍କ ମୃତ୍ୟୁକୁ ନେଇ ଲୁହ ଝରାଇବା ଠିକ୍‌ ନୁହେଁ

ଲକ୍ଷ୍ନୌ,୨୯।୩: ପ୍ରଖ୍ୟାତ ମାଫିଆ-ରାଜନେତା ମୁଖତାର୍‌ ଅନସାରୀ ହୃଦଘାତରେ ଜେଲ୍‌ରେ ମୃତ୍ୟୁ ଘଟିଛି। ଅନସାରୀଙ୍କ ମୃତ୍ୟୁକୁ ନେଇ ଭାଜପା ନେତା ସଂଗୀତ ସୋମଙ୍କ ବଡ ବିବୃତ୍ତି ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri