Posted inଜାତୀୟ

ଶାହଙ୍କ ଦୁଇ ଦିନିଆ ୟୁପି ଗସ୍ତ, ଦେବେ ବିଜୟର ମନ୍ତ୍ର

ନୂଆଦିଲ୍ଲୀ,୧୨ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଶୁକ୍ରବାରଠାରୁ ଦୁଇ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଯାଉଛନ୍ତି । ଏହି ସମୟରେ ସେ କିଛି କାର୍ଯ୍ୟକ୍ରମରେ ସମ୍ବୋଧନ ଦେବେ ଏହାସହ ବାରାଣସୀରେ ଏକ ମହତ୍ୱପୂର୍ଣ୍ଣ ସଙ୍ଗଠନାତ୍ମକ ବୈଠକ କରିବେ । ଏହି ବୈଠକରେ ଉତ୍ତର ପ୍ରଦେଶରେ ଆଗକୁ ଥିବା ବିଧାନସଭା ନିର୍ବାନରରେ ଶାହ ବିଜୟର ମନ୍ତ୍ର ଦେବେ । ଦ୍ୱିପ୍ରହର ପାଖାପାଖି ୧ଟାରେ ସେ ଉତ୍ତର ପ୍ରଦେଶରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ବୈଠକରେ ସାମିଲ ହେବା ଲାଗି ଶାହ ସନ୍ଧ୍ୟା ୫ଟା ୨୦ରେ ଦିନଦୟାଲ ହାଣ୍ଡିକ୍ରାପ୍ଟ ସ୍କୁଲରେ ପହଞ୍ଚିବେ । ରାତି ପ୍ରାୟ ୮ଟା ୩୦ରେ ବୈଠକ ଶେଷ କରି ସେ ଆମେଠି ପହଞ୍ଚିବେ ଓ ସେଠାରେ ରାତ୍ରି ବିଶ୍ରାମ ନେବେ ।
କୁହାଯାଉଛି କି ୨୦୨୨ ନିର୍ବାଚନକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା)ର ଏହା ସବୁଠାରୁ ବଡ ବୌଠକ ହେବ । ଏହି ବୈଠକରେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭାଜପା ପ୍ରଦେଶ ଅଧ୍ୟକ୍ଷ ସ୍ୱତନ୍ତ୍ରଦେବ ସିଂ, ସଙ୍ଗଠନର ମହାମନ୍ତ୍ରୀ ସୁନୀଲ ବଂଶଲ, ଉପମୁଖ୍ୟମନ୍ତ୍ରୀ କେଶବ ମୌର୍ଯ୍ୟ ଦିନେଶ ଶର୍ମା ବି ସାମିଲ ହେବେ । ଆହୁରି ମଧ୍ୟ ଏହି ବୈଠକରେ ଉତ୍ତର ପ୍ରଦେଶ ଭାଜପାର ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ, ୟୁପି ଭାଜପାର ପ୍ରଭାରୀ ରାଧାମୋହନ ସିଂଙ୍କ ବ୍ୟତୀତ ୭ ପ୍ରଭାରୀ ଓ ୬ ସଙ୍ଗଠନ ପ୍ରଭାରୀ ସାମିଲ ହେବେ । ଏହାସହ ବୈଠକରେ ସମ୍ପୂର୍ଣ୍ଣ ଉତ୍ତର ପ୍ରଦେଶର ବିଧାନସଭା ପ୍ରଭାରୀ, ଜିଲାଧ୍ୟକ୍ଷ ଓ ଜିଲା ପ୍ରଭାରୀ ବି ସାମିଲ ହେବାର ଯୋଜନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri