Posted inଜାତୀୟ

ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତକୁ ନେଇ ସ୍ୱତନ୍ତ୍ର ପ୍ରସ୍ତୁତି: ସୁରକ୍ଷାରେ ରହିବେ ଅଧିକ ଯବାନ

ନୂଆଦିଲ୍ଲୀ,୧୭ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତକୁ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରୁଛି ସୁରକ୍ଷା ଏଜେନ୍ସି । ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ରାଲି ଉପରେ ପଶ୍ଚିମବଙ୍ଗରେ ଆକ୍ରମଣ ପରେ ଶାହାଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି । କ୍ଲୋଜ ପ୍ରୋଟେକ୍ସନ ଟିମ୍ ଓ ଆଉଟର ପ୍ରୋଟେକ୍ସନ ଟିମ୍‌ରେ ଥିବା ଯବାନଙ୍କ ସଂଖ୍ୟା ବଢାଇ ଦିଆଯାଇଛି ବୋଲି ଜଣାପଡିଛି । ଶାହାଙ୍କ ସୁରକ୍ଷା ପାଇଁ କେନ୍ଦ୍ରୀୟ ସୁରକ୍ଷା ବଳ ଓ ଷ୍ଟେଟ ଆର୍ମଡ ପୋଲିସ ଉପସ୍ଥିତ ରହିବେ । ରୋଡ ଶୋ’ ଓ ଜନସଭା ସମୟରେ ସଡ଼କ ଉପରେ ଥିବା ଲୋକଙ୍କର ମହତ୍ୱପୂର୍ଣ୍ଣ ସ୍ଥାନରେ ସ୍କ୍ରିନିଂ କରାଯିବ । ଭିଡ ମଧ୍ୟରେ ସାଦା ପୋଷାକରେ ସୁରକ୍ଷା ଏଜେନ୍ସିର ଯବାନ ରହିବେ । ସଭା ସ୍ଥଳ ଓ ରୋଡ ଶୋ’ ସ୍ଥାନରେ କାର୍ଯ୍ୟକ୍ରମ ପୂର୍ବରୁ ସୁରକ୍ଷା ଏଜେନ୍ସି ନିୟମିତ ଭାବେ ରିହରସାଲ କରିବେ । ସ୍ଥାନୀୟ ପୋଲିସକୁ ମଧ୍ୟ ସୁରକ୍ଷା ବ୍ୟବସ୍ଥାରେ ସହଯୋଗ କରିବାକୁ ନିର୍ଦ୍ଦେଶ ଦିଆଯିବ । ସୂଚନାଯୋଗ୍ୟ. ଶାହା ୧୯-୨୦ ଡିସେମ୍ବରକୁ ପଶ୍ଚିମବଙ୍ଗ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri