Posted inଜାତୀୟ

ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତକୁ ନେଇ ସ୍ୱତନ୍ତ୍ର ପ୍ରସ୍ତୁତି: ସୁରକ୍ଷାରେ ରହିବେ ଅଧିକ ଯବାନ

ନୂଆଦିଲ୍ଲୀ,୧୭ ।୧୨: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ପଶ୍ଚିମବଙ୍ଗ ଗସ୍ତକୁ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରୁଛି ସୁରକ୍ଷା ଏଜେନ୍ସି । ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ରାଲି ଉପରେ ପଶ୍ଚିମବଙ୍ଗରେ ଆକ୍ରମଣ ପରେ ଶାହାଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଛି । କ୍ଲୋଜ ପ୍ରୋଟେକ୍ସନ ଟିମ୍ ଓ ଆଉଟର ପ୍ରୋଟେକ୍ସନ ଟିମ୍‌ରେ ଥିବା ଯବାନଙ୍କ ସଂଖ୍ୟା ବଢାଇ ଦିଆଯାଇଛି ବୋଲି ଜଣାପଡିଛି । ଶାହାଙ୍କ ସୁରକ୍ଷା ପାଇଁ କେନ୍ଦ୍ରୀୟ ସୁରକ୍ଷା ବଳ ଓ ଷ୍ଟେଟ ଆର୍ମଡ ପୋଲିସ ଉପସ୍ଥିତ ରହିବେ । ରୋଡ ଶୋ’ ଓ ଜନସଭା ସମୟରେ ସଡ଼କ ଉପରେ ଥିବା ଲୋକଙ୍କର ମହତ୍ୱପୂର୍ଣ୍ଣ ସ୍ଥାନରେ ସ୍କ୍ରିନିଂ କରାଯିବ । ଭିଡ ମଧ୍ୟରେ ସାଦା ପୋଷାକରେ ସୁରକ୍ଷା ଏଜେନ୍ସିର ଯବାନ ରହିବେ । ସଭା ସ୍ଥଳ ଓ ରୋଡ ଶୋ’ ସ୍ଥାନରେ କାର୍ଯ୍ୟକ୍ରମ ପୂର୍ବରୁ ସୁରକ୍ଷା ଏଜେନ୍ସି ନିୟମିତ ଭାବେ ରିହରସାଲ କରିବେ । ସ୍ଥାନୀୟ ପୋଲିସକୁ ମଧ୍ୟ ସୁରକ୍ଷା ବ୍ୟବସ୍ଥାରେ ସହଯୋଗ କରିବାକୁ ନିର୍ଦ୍ଦେଶ ଦିଆଯିବ । ସୂଚନାଯୋଗ୍ୟ. ଶାହା ୧୯-୨୦ ଡିସେମ୍ବରକୁ ପଶ୍ଚିମବଙ୍ଗ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?